Posted inଜାତୀୟ

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ତେଜସ୍ୱୀ

ପାଟନା,୨୨ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ବଡ ସଫଳତା ମିଳିଛି । ବିରୋଧୀ ଦଳ ପ୍ରାର୍ଥି ଯଶୱନ୍ତ ସିହ୍ନାଙ୍କୁ ହରାଇ ଦ୍ରୌପଦୀ ଦେଶର ୧୫ ତମ ରାଷ୍ଟ୍ରପତି ହୋଇଛନ୍ତି । ଏହି ଅବସରରେ ସବୁଆଡୁ ଦ୍ରୌପଦୀଙ୍କୁ ଶୁଭେଚ୍ଛା ଦିଆଯାଉଛି । ଏହି କ୍ରମରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ କରି ସେ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ବିହାରର ବିରୋଧୀ ଦଳ ନେତା ତେଜସ୍ୱୀ ଯାଦବ ବି ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟରେ ତେଜସ୍ୱୀ ଲେଖିଛନ୍ତି, ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଓ ଶୁଭକାମନା । ଏହି ଶୁଭେଚ୍ଛା ବାର୍ତ୍ତା ପରେ ତେଜସ୍ୱୀ ଟ୍ରୋଲ ହୋଇଛନ୍ତି । ଆରଜେଡି ନେତାଙ୍କ ଟୁଇଟ ଉପରେ ଏବେ ଲୋକେ କମେଣ୍ଟ କରିବା ଆରମ୍ଭ କରିଛନ୍ତି । ଗୋପାଳ ସନାତନି ନାମକ ଜଣେ ୟୁଜର ଲେଖିଛନ୍ତି, ତେଜସ୍ୱୀ ଯାଦବ ଦ୍ରୌପଦୀ ମୁର୍ମୁଙ୍କୁ ମୂର୍ତ୍ତି ବୋଲି କହିଥିଲେ । କହିଥିଲେ ଆମେ କେବେ ଦେଖିନୁ ସେ କଥା କହିବା । ଆଜି କିନ୍ତୁ ଧ୍ୟାନ ଦେଶ ଶୁଣନ୍ତୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିବେ । ଅନ୍ୟ ଜଣେ ୟୁଜର ଲେଖିଛନ୍ତି, କେମିତି ଲାଗୁଛି.. ଭୋଟ ନ ଦେଇ ଶୁଭେଚ୍ଛା ଜଣାଇବାକୁ ପଡୁଛି ଗୋଟିଏ ମୂର୍ତ୍ତି(ଯାହା ଆପଣ କହିଥିଲେ)କୁ । ସମ୍ପୂର୍ଣ୍ଣ ଭାବେ ନିର୍ଲଜତାର ସୀମା ପାର କରି ଯାଇଛ । ସୂଚନାଯୋଗ୍ୟ, ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ତେଜସ୍ୱୀ ଯାଦବ କହିଥିଲେ ଦ୍ରୌପଦୀ ମୁର୍ମୁ ଗୋଟିଏ ମୂର୍ତ୍ତି । କାରଣ ସେ କେବେ କଥା କହିବା ଆମେ ଶୁଣିନୁ । ହେଲେ ଯଶୱନ୍ତ ସିହ୍ନାଙ୍କୁ ଆପଣମାନେ ସବୁଠି ଶୁଣିଥିବେ । ଦ୍ରୌପଦୀ ପ୍ରାର୍ଥୀ ହେବା ପରେ ଗୋଟିଏ ବି ପ୍ରେସ କନଫରେନ୍ସ କରି ନାହାନ୍ତି । ତେଣୁ ସେ କି ରାଷ୍ଟ୍ରପତି ହେବେ । ଏବେ ଏହାକୁ ନେଇ ୟୁଜର୍ସ ତେଜସ୍ୱୀଙ୍କୁ ଟ୍ରୋଲ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri