Posted inରାଜ୍ୟ

ତେଜସ୍ମିତା ମିସେସ୍‌ ଇଣ୍ଡିଆ ଦ୍ୱିତୀୟ ରନର୍ସଅପ୍‌

ଭୁବନେଶ୍ୱର,୨୦।୨(ବ୍ୟୁରୋ): ସର୍ବଭାରତୀୟସ୍ତରରେ ଆୟୋଜିତ ଗ୍ଲାମନ୍‌ ମିସେସ୍‌ ଇଣ୍ଡିଆ (ଜିରୋ ସାଇଜ୍‌) ପ୍ରତିଯୋଗିତାରେ ଓଡ଼ିଶାର ତେଜସ୍ମିତା ମହାପାତ୍ର ଦ୍ୱିତୀୟ ରନର୍ସଅପ୍‌ ହୋଇ ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତିି। ଗତ ଜାନୁୟାରୀରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ଏକ ପର୍ଯ୍ୟାୟରେ ଅନ୍ୟ ପ୍ରତିଯୋଗୀଙ୍କୁ ପଛରେ ପକାଇ ତେଜସ୍ମିତା ଯୋଗ୍ୟତା ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ ହୋଇଥିଲେ। ଚଳିତ ମାସରେ ଗୋଆରେ ଆୟୋଜିତ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ସମୁଦାୟ ୬୦ଜଣ ପ୍ରତିଯୋଗୀ ଭାଗନେଇଥିଲେ। ପ୍ରି.ଜଜିଂ, ଯୋଗ୍ୟତା, ଜାତୀୟ ପୋଷାକ, ପ୍ରଶ୍ନୋତ୍ତର ଇତ୍ୟାଦି ପର୍ଯ୍ୟାୟରେ ପ୍ରତିଯୋଗୀମାନଙ୍କ ମଧ୍ୟରେ କଡ଼ା ମୁକାବିଲା ହୋଇଥିଲା। ଏଥିରେ ମଧ୍ୟ ତେଜସ୍ମିତା ଭଲ ପ୍ରଦର୍ଶନ କରି ଫାଇନାଲ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲେ। ପରେ ସେ ଫାଇନାଲରେ ଚମତ୍କାର ପ୍ରଦର୍ଶନ ସହ ଦ୍ୱିତୀୟ ରନର୍ସଅପ୍‌ ଟାଇଟଲ ଅର୍ଜନ କରିବାରେ ସଫଳ ହୋଇଥିଲେ। ସେ କଟକର ଡଗରପଡ଼ା ନିବାସୀ ବରିଷ୍ଠ ଆଇନଜୀବୀ ଗୋକୁଳାନନ୍ଦ ମହାପାତ୍ର ଏବଂ ଅନ୍ନପୂର୍ଣ୍ଣା ମହାପାତ୍ରଙ୍କ କନିଷ୍ଠ କନ୍ୟା। ପରବର୍ତ୍ତୀ ସମୟରେ ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଭାଗନେବା ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି ବୋଲି ତେଜସ୍ମିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri