ରାଷ୍ଟ୍ରପତିଙ୍କ ଜୀବନୀ ଲେଖି ଚର୍ଚ୍ଚାରେ ତେଜସ୍ବିନୀ

ରଘୁନାଥପୁର,୧୪ା୧୦(ଡି.ଏନ.ଏ.): ମାତ୍ର ୧୭ ବର୍ଷ ବୟସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜୀବନୀ ସମ୍ପର୍କରେ ଲେଖି ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ସାଦେଇପୁର ଗ୍ରାମର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରୀ ତେଜସ୍ବିନୀ ପଣ୍ଡା ଚର୍ଚ୍ଚାରେ ରହିଛନ୍ତି। ବାପା ଶୁଭେନ୍ଦୁ ବର୍ତ୍ତମାନ ପୋଲିସ ବିଭାଗରେ କାର୍ଯ୍ୟରତ, ତାଙ୍କ ପ୍ରେରଣା ଓ ମା’ କଳ୍ପନାଙ୍କ ଦିଗ୍‌ଦର୍ଶନ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ସେ କହିଛନ୍ତି। ସେପ୍ଟେମ୍ବର ୨୫ରେ ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ଟାଇମ ପାସ ପବ୍ଲିକେଶନ ଦ୍ୱାରା ପ୍ରକାଶିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁସ୍ତକକୁ ରାଜ୍ୟପାଳଙ୍କ ଲୋକ ସମ୍ପର୍କ ଅଧିକାରୀ ରକ୍ଷକ ନାୟକ ଉନ୍ମୋଚନ କରିଥିଲେ। ସେଠାରେ ଗାଳ୍ପିକା ହିରଣ୍ମୟୀ ମିଶ୍ର, ପ୍ରକାଶକ ସରୋଜ ବଳଙ୍କ ସହ ଦେଶବିଦେଶର ବହୁ ସୁନାମଧନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହା ପୂର୍ବରୁ ମେ’ ୧୧ ତାରିଖରେ ତେଜସ୍ବିନୀଙ୍କ ପ୍ରଥମ ରଚିତ କବିତା ସଙ୍କଳନ ‘ହୃଦୟ ତୀରେ’କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉନ୍ମୋଚନ କରି ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅନୁରୂପ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ମଧ୍ୟ ତାଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା। ଏହାଛଡା ଜଗତ୍‌ସିଂହପୁର ସାହିତ୍ୟ ପରିଷଦ ଓ ବାଇମୁଣ୍ଡି ସାହିତ୍ୟ ପରିଷଦରେ କବିତା ପାଠ କରି ମାନପତ୍ର ସହ ସମ୍ବର୍ଦ୍ଧିତ ହୋଇଥିଲେ। ସେହିପରି ନବକାକଳି ସାହିତ୍ୟ ପରିଷଦ ପକ୍ଷରୁ ସାହିତ୍ୟରତ୍ନ ଡ. ସୁରେନ୍ଦ୍ର ତ୍ରିପାଠୀ ତେଜସ୍ବିନୀଙ୍କୁ ଯୁବ କବୟିତ୍ରୀ ଗୌରବ ସମ୍ମାନରେ ସମ୍ମାନିତ କରିଥିଲେ। ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ଭାରତର ରାଷ୍ଟ୍ରପତି ଆସନ ଅଳଙ୍କୃତ କରିବା ପରେ ଅତ୍ୟନ୍ତ ଖୁସି ହୋଇଥିଲେ ତେଜସ୍ବିନୀ। ରାଷ୍ଟ୍ରପତି ଦ୍ରୌପଦୀଙ୍କ ବାଲ୍ୟକାଳରୁ ଶପଥ ଗ୍ରହଣ ପର୍ଯ୍ୟନ୍ତ ସମସ୍ତ ତଥ୍ୟ ସଂଗ୍ରହ କରି ଜୀବନର ସଂଘର୍ଷ କାହାଣୀକୁ ମାତ୍ର ୧୫ ଦିନ ମଧ୍ୟରେ ପୁସ୍ତକରେ ବାନ୍ଧି ରଖିଥିଲେ ବୋଲି ସେ କହିଛନ୍ତି। ରାଷ୍ଟ୍ରପତିଙ୍କୁ ଭେଟିବାର ଆଶା ତାଙ୍କର ଥିବା ସେ ପ୍ରକାଶ କରିଛନ୍ତି। ଷଷ୍ଠ ଶ୍ରେଣୀରେ ପଢୁଥିବା ବେଳେ ସେ କବିତା, ଗଳ୍ପ ଓ ପ୍ରବନ୍ଧ ପ୍ରତି ଅନୁରକ୍ତ ହୋଇଥିଲେ। ରାଜ୍ୟର ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଆମନ୍ତ୍ରଣ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲେ ସୁଦ୍ଧା ନିଜ ବ୍ଲକ ଓ ଜିଲା ପ୍ରଶାସନ ତାଙ୍କୁ ଭୁଲି ଯାଇଛି ବୋଲି ତେଜସ୍ବିନୀ କହିଛନ୍ତି। ବାପା ଶୁଭେନ୍ଦୁ ତାଙ୍କଠାରୁ ଦୂରରେ ରହି ଚାକିରି କରୁଥିବାରୁ ଏକାକୀ ବିଭିନ୍ନ ସ୍ଥାନକୁ ଯିବା ଆସିବା କରିବାରେ ସମସ୍ୟା ସୃଷ୍ଟି ହୋଇଛି। ଫଳରେ ଲେଖାଲେଖି କରିବାରେ ବ୍ୟତିକ୍ରମ ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri