ତେଜିଲା ପଦ୍ମପୁର ଜିଲା ଦାବି, ୧୬ରେ ୧୨ ଘଣ୍ଟିଆ ବନ୍ଦ

ପାଇକମାଳ,୧୨ା୧(ବଡ ଶତପଥି): ବରଗଡ଼ ଜିଲା ପାଇକମାଳସ୍ଥିତ ନୃସିଂହନାଥ ଧର୍ମଶାଳାଠାରେ ପଦ୍ମପୁର ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ଆଇନଜୀବୀ ରାମରତନ ପୁରୋହିତଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାଇକମାଳ ନାଗରିକ କମିଟି, ବଣିକ ସଂଘ, ଓକିଲ ସଂଘ, ସାମ୍ବାଦିକ ସଂଘ ଓ ଅନ୍ୟାନ ସଂଘର କର୍ମକର୍ତ୍ତା ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ପଦ୍ମପୁରକୁ ଜିଲା ଗଠନ ନେଇ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ ହେବା ଦୁର୍ଭାଗ୍ୟ ଜନକ ବୋଲି କ୍ରିୟାନୁଷ୍ଠାନ କମିଟି ଉପଦେଷ୍ଟା ଆଇନଜୀବୀ ଗୈନ୍ତିଆ ସାହୁ ଓ ସଂଯୋଜକ ଆଇନଜୀବୀ ଅଜିତ କୁମାର ଶତପଥୀ କହିବା ସହ କ୍ଷୋଭ ପ୍ରକାଶ କରିଥିଲେ।

ଏହି ଅବସରରେ ବିନୋଦ କାଲିଆଙ୍କୁ ମିଳିତ କ୍ରିୟାନୁଷ୍ଠାନ କମିଟିର ଉପଦେଷ୍ଟା ଭାବେ ମନୋନୀତ କରାଯାଇଥିଲା। ଆଇନଜୀବୀ ରାଜ କିଶୋର ସାହୁ ସ୍ବାଗତ ଭାଷଣ ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ମନୋଜ ତ୍ରିବେଦୀ, ଯୁଗଳ ମେହେର, ଦିଲ୍ଲୀପ ଅଗ୍ରୱାଲ, କୁସୁମ ରାଓ ପ୍ରମୁଖ ନିଜ ନିଜର ମତ ଉପସ୍ଥାପନ କରିଥିଲେ। ପଦ୍ମପୁର ଜିଲା ଦାବି ସହ ପାଇକମାଳକୁ ଏନ୍‌ଏସସି ଓ ପାଇକମାଳ ଚିକିତ୍ସାଳୟକୁ ସିଏଚ୍‌ସି କରିବାକୁ ଦାବି ରଖିଥିଲେ। ଏନେଇ ଆସନ୍ତା ୧୬ ତାରିଖ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ପାଇକମାଳ ବନ୍ଦ ରହିବାକୁ ନିଷ୍ପତ୍ତି ନିଆଯାଇଛି। କେବଳ ଜରୁରୀକାଳୀନ ସେବାକୁ ଛାଡି ଦେଇ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଓ ଦୋକାନ ବଜାର ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri