Posted inଜାତୀୟ

NEET ପେପର୍‌ ଲିକ୍‌ ମାମଲାରେ ମୁହଁ ଖୋଲିଲେ ତେଜସ଼୍ବୀ, କହିଲେ…

ନୂଆଦିଲ୍ଲୀ, ୨୧।୬: ବିହାରର ବିରୋଧୀ ଦଳର ନେତା ତଜସ଼୍ବୀ ଯାଦବ NEET ପେପର୍‌ ଲିକ୍‌ ମାମଲାରେ ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି । ତାଙ୍କର ସରକାରୀ ବ୍ୟକ୍ତିଗତ ସଚିବ (ପିଏସ୍‌)ଙ୍କୁ ନେଇ ସେ ବଡ଼ ବୟାନ ଦେଇଛନ୍ତି । ତେଜସ଼୍ବୀ କହିଛନ୍ତି ଯେ, ଯଦି ଆବଶ୍ୟକ ଅଛି ତେବେ ମୋ ପିଏସ୍‌ଙ୍କୁ ଡାକି ପାଚରାଉଚରା କରନ୍ତୁ । ଯିଏ ବି ଏହି ପେପର ଲିକ୍‌ ମାମଲାରେ ଦୋଷୀ ତାଙ୍କୁ ଗିରଫ କରାଯାଉ । ଯଦି ଏମାନଙ୍କ ଦ଼୍ବାରା ହେଉନାହିଁ ତେବେ ମୁଁ ମୁଖ୍ୟମନ୍ତ୍ରୀଙ୍କୁ କହୁଛି ଦୋଷୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଅନ୍ତୁ । ଗିରଫ ହୋଇଥିବା ଇଞ୍ଜିନିୟର ଆଶିଂକ ଭାବେ ଜଡ଼ିତ ଥିବା ବେଳେ ଏହାର ମାଷ୍ଟର ମାଇଣ୍ଡ ଅମିତ ଆନନ୍ଦ ବୋଲି ସେ ସିଧାସଳଖ କହିଛନ୍ତି ।

ଅନ୍ୟପଟେ ୧୫୬୩ ଆଶାୟୀଙ୍କ ପୁନର୍ବାର ପରୀକ୍ଷା ହେବା ନେଇ ସୁପ୍ରୀମ୍‌କୋର୍ଟ ଦେଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇଛି । ଜାରି ହୋଇଛି NEET ୟୁଜିର ପୁନର୍ବାର ପରୀକ୍ଷା ପାଇଁ ଆଡ୍‌ମିଟ୍‌ କାର୍ଡ। ଏହି ୧୫୬୩ ଆଶାୟୀଙ୍କୁ ଗ୍ରେସ୍‌ ମାର୍କ ମିଳିଥିଲା । କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ସେମାନଙ୍କର ଗ୍ରେସ ମାର୍କ ରଦ୍ଦ କରିଥିଲା । ଏମାନଙ୍କ ମଧ୍ୟରୁ ଯଦି କୌଣସି ଆଶାୟୀ ପୁନର୍ବାର ପରୀକ୍ଷା ନ ଦିଅନ୍ତି ତେବେ ତାଙ୍କୁ ବିନା ଗ୍ରେସ୍‌ ମାର୍କରେ ରଖିଥିବା ନମ଼୍ବର ପ୍ରଦାନ କରିବାକୁ କୁହାଯାଇଛି। ଏହି ପରୀକ୍ଷା ୨୩ ଜୁନ୍‌ରେ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri