ପିଚ୍ଛା କଲେ ଗୁଳି ଫୁଟାଇ ଟେକିନେଲେ: ସକାଳୁ ପଡ଼ିଥିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ରାୟଗଡ଼ା,୯।୫(ସୁଜାତା ପାଢ଼ୀ): ରାୟଗଡ଼ା ସହର ଇନ୍ଦିରା ନଗର ୩ୟ ଲାଇନ୍‌ରେ ଅଜଣା ଦୁର୍ବୃତ୍ତମାନେ ଶନିବାର ରାତିରେ ଗୁଳିକାଣ୍ଡ କରି  ରାୟଗଡା ସହରସ୍ଥିତ ରେଲି ସାହିର ଯୁବକ ନିଖିଲ ହାଡ଼ିପାକୁ ଅପହରଣ  କରିନେଇଥିଲେ । ପରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି।ନିଖିଲର  ମୃତଦେହ ତୁମ୍ବିଗୁଡା ନିକଟସ୍ଥ ନାଗାବଳୀ ନଦୀ ନିକଟରୁ ମିଳିଛି। ସ୍ଥାନୀୟ ଲୋକେ ମୃତଦେହକୁ ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ରବିବାର ସକାଳୁ  ପୋଲିସ ସାଇଣ୍ଟିଫିକ୍‌ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରଛନ୍ତି। ଘଟଣାସ୍ଥଳରୁ ପୋଲିସକୁ ଏକ ବ୍ୟବହୃତ ଖୋକା ମିଳିଛି । ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଇଛି । ଏନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି।
ସୂଚନାଯୋଗ୍ୟ ଯେ, ଶନିବାରରାତି ୧୦ଟା ସମୟରେ କିଛି ଯୁବକ ଗୋଟିଏ ବୁଲେଟ ଏବଂ ଏକ ଚାରି ଚକିଆ ଗାଡିରେ  ନିଖିଲଙ୍କୁ ପିଛା କରିଥିଲେ। ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା ।ଏହି ସମୟରେ ଯୁବକ ଜଣଙ୍କ ଭୟରେ ଦୌଡ଼ି ପଳେଇବା ସମୟରେ ଫାଇରିଂ ହୋଇଥିଲା। ଏପରିକି ଯୁବକ ଜଣଙ୍କ ପ୍ରାଣ ଭୟରେ ଜଣଙ୍କ ଘରକୁ ପସିଯିବା ସମୟରେ ଦୁର୍ବୁତ୍ତମାନେ ତାକୁ ଅପହରଣ କରି ରିଂ ରୋଡ ପଟେ ଚାଲିଯାଇଥିଲେ ।  ନିଖିଲଙ୍କୁ ହତ୍ୟା ପରେ  ତୁମ୍ବିଗୁଡା  ନିକଟରେ ଫିଙ୍ଗି ଚାଲିଯାଇଥିଲେ । ଘଟଣାପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କର ଛାୟା ଖେଳିଯାଇଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତର ପ୍ରଥମ ସ୍ବଦେଶୀ ଏଚ୍‌୫ଏନ୍‌୧ ଟିକା ଶୁଭାରମ୍ଭ

ନୂଆଦିଲ୍ଲୀ,୨୨ା୧୧:କୁକୁଡ଼ାମାନଙ୍କୁ ଅତ୍ୟଧିକ ସଂକ୍ରାମକ ଆଭିଆନ୍‌ ଇନ୍‌ଫ୍ଲୁଏଞ୍ଜା (ଏଚ୍‌ପିଏଆଇ) ବା ବାର୍ଡ ଫ୍ଲୁରୁ ରକ୍ଷା କରିବା ଲକ୍ଷ୍ୟରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୁକ୍ରବାର ଦେଶର…

ଏସିଆ କପ ଫାଇନାଲରେ ଭାରତ-ପାକିସ୍ତାନ ମ୍ୟାଚ ରଦ୍ଦ: ପାକିସ୍ତାନକୁ ଚାମ୍ପିୟନ ଘୋଷଣା, ରାଗରେ ଭାରତ କଲା ଏମିତି…

ନୂଆଦିଲ୍ଲୀ,୨୧।୧୧: ମେନ୍ସ ବ୍ଲାଇଣ୍ଡ କ୍ରିକେଟ ଏସିଆ କପ ୨୦୨୬ର ଫାଇନାଲ ମ୍ୟାଚ ଶୁକ୍ରବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାର ଥିଲା। ହେଲେ ବାଂଲାଦେଶର ଢାକାରେ ଲଗାତାର…

ଏସ୍‌ଏସ୍‌ବି ଜୁନିୟର ଆସିଷ୍ଟାଣ୍ଟ, କ୍ଲର୍କ ପରୀକ୍ଷା ଘୁଞ୍ଚିଲା: ଏହି ଦିନ ହେବ ପରୀକ୍ଷା

ଭୁବନେଶ୍ୱର,୨୧ା୧୧(ସୁଚିସ୍ମିତା ସାହୁ):ବାତ୍ୟା ‘ଅକ୍ୱାନ’ର ପ୍ରଭାବକୁ ଦୃଷ୍ଟିରେ ରଖି ଷ୍ଟେଟ ସିଲେକ୍ସନ ବୋର୍ଡ (ଏସ୍‌ଏସ୍‌ବି) ପକ୍ଷରୁ ଜୁନିୟର ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ ପଦବୀ ପାଇଁ ହେବାକୁ ଥିବା…

ଛୋଟ ସାଥୀକୁ ଗିଳିଦେଲା ବିଶାଳକାୟ ତାରା: ମହାକାଶରେ ବିରଳ ଦୃଶ୍ୟ

ଓ୍ବାଶିଂଟନ,୨୧ା୧୧:ମହାକାଶ ବିଜ୍ଞାନ ଇତିହାସରେ ପ୍ରଥମ ଥର ପାଇଁ ଜ୍ୟୋତିର୍ବିଜ୍ଞାନୀମାନେ ଏକ ବିଶାଳକାୟ ତାରା ନିଜର ଛୋଟ ସାଥୀ ତାରାକୁ ଗିଳିିଦେଇ ନିଜ ଭିତରେ ମିଶାଇଦେବାର ବିରଳ ଘଟଣାକୁ…

୧ ଲକ୍ଷ ୧୫ ହଜାରକୁ ଖସିଲା ସୁନା

ନୂଆଦିଲ୍ଲୀ,୨୧ା୧୧: ସୁନା ଓ ରୁପା ଦରରେ ଲଗାତର ହ୍ରାସ ଜାରି ରହିଛି। ଇଣ୍ଡିଆନ ବୁଲିୟନ ଜୁଏଲର୍ସ ଆସୋସିଏଶନ(ଆଇବିଜେଏ)ର ସୂଚନା ଅନୁଯାୟୀ ଶୁକ୍ରବାର ୧୦ ଗ୍ରାମ (୨୪ କ୍ୟାରେଟ)…

କୃତ୍ରିମ ଚନ୍ଦ୍ର ମାଟିରେ ଆଳୁ ଚାଷ କଲେ ବୈଜ୍ଞାନିକ

ୱାଶିଂଟନ, ୨୧ା୧୧: କୃତ୍ରିମ ଚନ୍ଦ୍ର ମାଟିରେ ପୁଷ୍ଟିକର ଏବଂ ଖାଇବା ଉପଯୋଗୀ ଆଳୁ ଚାଷ କରିବାରେ ବୈଜ୍ଞାନିକମାନେ ସଫଳତା ହାସଲ କରିଛନ୍ତି। ନାସା ସହାୟତାରେ ଓରେଗନ୍‌ ଷ୍ଟେଟ୍‌…

‘ଅକ୍ୱାନ’ ଦୁର୍ବଳ: ପବନ କମ୍‌, ଅଧିକ ବର୍ଷିଲା

ଭୁବନେଶ୍ୱର, ୨୧ା୧୧ (ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅକ୍ୱାନ’ ଦୁର୍ବଳ ଅବସ୍ଥାରେ ଶୁକ୍ରବାର ସ୍ଥଳଭାଗ ଛୁଇଁଛି। ସକାଳ ୭ଟା ୩୦ରୁ ୮ଟା ୩୦ ମଧ୍ୟରେ…

ବାତ୍ୟା ସୁହାଇଲା,୨୩ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୧।୧୧ (ରବିନାରାୟଣ ଜେନା): ବିଧାନସଭାର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ଶୁକ୍ରବାର ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ ସଂସଦୀୟ ବ୍ୟାପାର ତଥା ବୈଦ୍ୟୁତିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?