Posted inଜାତୀୟ

ତେଲଙ୍ଗାନା: ପରୀକ୍ଷା ଫଳ ଘୋଷଣା ପରେ ୧୦ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା

ହାଇଦ୍ରାବାଦ, ୧୨ା୫: ତେଲଙ୍ଗାନାରେ ଇଣ୍ଟରମିଡିଏଟ୍‌ (ଯୁକ୍ତ ଦୁଇ) ପରୀକ୍ଷା ଫଳ ଘୋଷଣା ପରେ ବୁଧବାର ୮ ଜଣ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଛନ୍ତି। ଅନ୍ୟ ଜଣେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ମଙ୍ଗଳବାର ଏମ୍‌. ପ୍ରଜ୍ୱଳ ନାମକ ଜଣେ ଛାତ୍ର ଜୀବନ ହାରିଥିବାବେଳେ ଗତ ମାସରେ ଜି. କ୍ରିଷ୍ଣା ଆତ୍ମହତ୍ୟା କରିଥିଲେ। ଏହାକୁ ମିଶାଇ ମୋଟ ଆତ୍ମହତ୍ୟା ସଂଖ୍ୟା ୧୦ରେ ପହଞ୍ଚତ୍ଛି। କମ୍‌ ନମ୍ବର ଏବଂ ଶିକ୍ଷାରେ ବିଫଳତାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି। କେବଳ ହାଇଦ୍ରାବାଦରେ ୬ ଜଣ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଥିବାବେଳେ ସାଙ୍ଗାରେଡ୍ଡୀ, ଓ୍ବାନାପାର୍ଥତ୍ ଏବଂ ଜଗତିଆଲ ଜିଲାରେ ଅନ୍ୟମାନେ ଜୀବନ ହାରିଛନ୍ତି। ହାଇଦ୍ରାବାଦର ୬ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୫ ଜଣ ରଶି ଲଗାଇ ଏବଂ ଜଣେ ବିଲ୍ଡିଂର ପଞ୍ଚମ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିଲେ। ସବୁଠୁ ଦୁଃଖର କଥା ପରୀକ୍ଷାରେ ଫେଲ୍‌ ହେବା ଆଶଙ୍କାରେ ୧୯ ବର୍ଷୀୟା ଯୁକ୍ତ ଦୁଇ ଛାତ୍ର ଜି. କ୍ରିଷ୍ଣା ଗତ ମାସ ୧୦ ତାରିଖରେ ଆତ୍ମହତ୍ୟା କରିଥିଲେ। ପରୀକ୍ଷା ଫଳ ବାହାରିବା ପରେ ସେ ୧,୦୦୦ରୁ ୮୯୨ ନମ୍ବର ରଖିଥିବା ଜଣାପଡ଼ିଛି। ଏଭଳି ବହୁ ଘଟଣା ଛାତ୍ରୀଛାତ୍ରଙ୍କୁ ଚରମ ପଦକ୍ଷେପ ନେବାକୁ ପ୍ରେରିତ କରୁଛି। ଏଭଳି ପଦକ୍ଷେପ ନ ନେବା ଲାଗି ପୋଲିସ ଏବଂ ମନସ୍ତତ୍ତ୍ୱବିଦ୍‌ମାନେ ଛାତ୍ରୀଛାତ୍ରଙ୍କୁ ଅପିଲ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri