Posted inଜାତୀୟ

ତେଲଙ୍ଗାନା ଆଫଗାନିସ୍ତାନ୍‌, କେସିଆର୍‌ ତାଲିବାନ୍‌

ମହବୁବାବାଦ୍‌,୨୦ା୨: ତେଲଙ୍ଗାନାକୁ ଆଫଗାନିସ୍ତାନ ଓ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କୁ ତାଲିବାନ ସହ ତୁଳନା କରି ବିବାଦୀୟ ହୋଇଛନ୍ତି ଯୁବଜନ ଶ୍ରମିକ ରାଇଥୁ ତେଲଙ୍ଗାନା ପାର୍ଟି (ଓ୍ବାଇଏସ୍‌ଆର୍‌ଟିପି) ମୁଖ୍ୟ ଓ୍ବାଇ.ଏସ୍‌. ଶର୍ମିଲା। ତେଲଙ୍ଗାନା ପୋଲିସ ତାଙ୍କୁ ଗିରଫ କରି ମାମଲା ରୁଜୁ କରିଛି। ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌ ଜଗନ୍‌ମୋହନ୍‌ ରେଡ୍ଡୀଙ୍କ ଭଉଣୀ ଶର୍ମିଲା ଓ୍ବାଇଏସ୍‌ଆର୍‌ଟିପି ନାମରେ ଦଳ ଗଢ଼ି ତେଲଙ୍ଗାନାର ଶାସକ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌)ଠାରୁ କ୍ଷମତା ଛଡ଼ାଇବା ପାଇଁ ଉଦ୍ୟମ ଚଳାଇଛନ୍ତି।

ଶର୍ମିଲା ରବିବାର ମହବୁବାବାଦରେ ପଦଯାତ୍ରା ବେଳେ ତେଲଙ୍ଗାନା ହେଉଛି ଭାରତର ଆଫଗାନିସ୍ତାନ୍‌ ଏବଂ ମୁଖ୍ୟମନ୍ତ୍ରୀ କେସିଆର୍‌ ଏହାର ତାଲିବାନ୍‌ ବୋଲି କହିଥିଲେ। କେସିଆର୍‌ ଜଣେ ଏକଚ୍ଛତ୍ରବାଦୀ, ସ୍ବେଚ୍ଛାଚାରୀ ଶାସକ। ତେଲଙ୍ଗାନାରେ ଭାରତୀୟ ସମ୍ବିଧାନ କାମ କରୁନାହିଁ। ଏଠାରେ କେବଳ କେସିଆର୍‌ଙ୍କ ସମ୍ବିଧାନ ପ୍ରଚଳିତ। ମହବୁବାବାଦ ବିଧାୟକ ତଥା ବିଆର୍‌ଏସ୍‌ ନେତା ବନୋଥ ଶଙ୍କର ନାଏକ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହାନ୍ତି। ସ୍ଥାନୀୟ ବିଧାୟକ ଜଣେ ଚ୍ଛିନ୍ନ ମୁଷ୍କ। ଶର୍ମିଲାଙ୍କ ଏହି ଆପତ୍ତିଜନକ ମନ୍ତବ୍ୟ ପରେ ବିଆର୍‌ଏସ୍‌ ପକ୍ଷରୁ ଧାରଣା ଦିଆଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପୋଲିସ ଶର୍ମିଲାଙ୍କୁ ଗିରଫ କରି ହାଇଦ୍ରାବାଦକୁ ଉଠାଇନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri