Posted inଜାତୀୟ

ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା

ହାଇଦ୍ରାବଦ୍‌,୨।୧୧: ତେଲେଙ୍ଗାନା ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା ଲାଗିଛି। ପାର୍ଟି ମାନିଫେଷ୍ଟୋ କମିଟିର ସଭାପତି ତଥା ପୂର୍ବତନ ଏମ୍‌ପି ଗାଡାମ ବିବେକ ଭେଙ୍କଟସ୍ବାମୀ ବୁଧବାର ଭାଜପା ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। କେବଳ ଏତିକି ନୁହେଁ, ତାଙ୍କ ସହ ଭାଜପାି ମୁଖପାତ୍ର ଅନୁଗୁଲା ରାକେଶ ରେଡ୍ଡୀ ମଧ୍ୟ ଦଳରୁ ଇସ୍ତଫା ଦେଇଛନ୍ତି।
ଇସ୍ତଫା ଦେବାର କିଛି ଘଣ୍ଟା ପରେ ଗାଡାମ ବିବେକ ଭେଙ୍କଟସ୍ବାମୀ ଏବଂ ତାଙ୍କ ପୁଅ ଭାମସି ଗାଡାମ ସହରରେ ରାହୁଲ ଗାନ୍ଧୀଙ୍କୁ ଭେଟି କଂଗ୍ରେସରେ ଯୋଗ ଦେଇଥିଲେ। କଂଗ୍ରେସର ସଦସ୍ୟତା ଗ୍ରହଣ କରି ବିବେକ କହିଛନ୍ତି, ବିଆରଏସର ଶାସନକୁ ଶେଷ କରିବା ପାଇଁ ଆମେ ପୁରାତନ ଦଳରେ ଯୋଗ ଦେଇଛୁ। କଂଗ୍ରେସରେ ଯୋଗଦେଇ ଆମେ ଭଲ ଅନୁଭବ କରୁଛୁ।
ଏହାପୂର୍ବରୁ ଗାଡାମ ବିବେକ ଭେଙ୍କଟସ୍ବାମୀଙ୍କ ତେଲେଙ୍ଗାନା ୟୁନିଟ ସଭାପତି ତଥା କେନ୍ଦ୍ର ମନ୍ତ୍ରୀ କିଷାନ ରେଡ୍ଡୀଙ୍କ ନିକଟକୁ ପଠାଯାଇଥିବା ଇସ୍ତଫା ପତ୍ରରେ ସେ କେବଳ ଦୁଇଟି ବାକ୍ୟ ଲେଖିଥିଲେ। ସେ ଲେଖିଥିଲେ, ଭାରି ହୃଦୟ ସହିତ ମୁଁ ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଦେଉଛି। ମୋର କାର୍ଯ୍ୟକାଳ ମଧ୍ୟରେ ତୁମର ସମର୍ଥନ ପାଇଁ ଧନ୍ୟବାଦ।
କଂଗ୍ରେସରେ ଯୋଗଦେବା ପରେ ଏବେ ଅନୁମାନ କରାଯାଉଛି ଯେ, ସେ ଚେନ୍ନୁର ବିଧାନସଭା ଆସନରୁ ନିର୍ବାଚନ ଲଢିପାରନ୍ତି, କିନ୍ତୁ ଆଗାମୀ ବର୍ଷ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ତାଙ୍କ ପୁଅଙ୍କୁ ପେଡାପାଲ୍ଲୀ ଆସନରୁ ଟିକେଟ ଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?