Posted inଜାତୀୟ

ବୁଧବାର ପାଟନା ଗସ୍ତ କରିବେ କେସିଆର

ହାଇଦ୍ରାବାଦ,୨୯।୮: ଟିଆରଏସ୍‌ ମୁଖ୍ୟ ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର) ବୁଧବାର ବିହାର ଗସ୍ତ କରିବେ। ବୁଧବାର ସକାଳେ ହାଇଦ୍ରାବାଦ ବିମାନବନ୍ଦରରୁ ସେ ପାଟନାକୁ ଯିବେ। ପାଟନାରେ କେସିଆର ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିବେ। ଏହି ସମୟରେ ଦୁହେଁ ୨୦୨୪ ଲୋକ ସଭା ନିର୍ବାଚନର ରଣନୀତି ବିଷୟରେ ଆଲୋଚନା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଆସନ୍ତା ବର୍ଷ ୨୦୨୩ରେ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ହେବାକୁଯାଉଛି। ତେଲେଙ୍ଗାନା ବିଧାନସଭା ନିର୍ବାଚନର କିଛି ମାସ ପରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏହାକୁ ଦୃଷ୍ଟିରେ ରଖି ଏହି ବୈଠକକୁ ଗୁରୁତ୍ୱପୂର୍ଣ୍ଣ ମନେକରାଯାଉଛି। ନିକଟରେ ନୀତୀଶ କୁମାର ଭାଜପା ସହ ମେଣ୍ଟ ଭାଙ୍ଗି ଆରଜେଡି-କଂଗ୍ରେସ ସହ ସରକାର ଗଠନ କରିଛନ୍ତି। ଏହାପରେ ନୀତୀଶ କୁମାର ୨୦୨୪ରେ ଅନେକ ଥର ବିରୋଧୀ ଏକତା ବିଷୟରେ କହିସାରିଛନ୍ତି। ଅନ୍ୟପଟେ ଏହି ସାକ୍ଷାତକାରକୁ ନେଇ ଏବେ ରାଜନୈତିକ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri