Posted inଜାତୀୟ

ହାଇଦ୍ରାବାଦ ଅଗ୍ନିକାଣ୍ଡରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ: ମୃତକଙ୍କ ପରିବାରକୁ ୫ଲକ୍ଷ ସହାୟତା ରାଶି ଘୋଷଣା

ହାଇଦ୍ରାବାଦ,୧୭।୩: ହାଇଦ୍ରାବାଦ ସିକନ୍ଦରାବାଦରେ ଗୁରୁବାର ସନ୍ଧ୍ୟାରେ ଏକ ବହୁ ମହଲା କର୍ମସିଆଲ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଦୁର୍ଘଟଣାରେ ୪ମହିଳାଙ୍କ ସମେତ ୬ଜଣଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟରେ ହାଇଡ୍ରୋଲିକ କ୍ରେନ ସାହାଯ୍ୟରେ ୧୨ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା। ଶୁକ୍ରବାର ଏହି ଦୁର୍ଘଟଣାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଦଃଖ ପ୍ରକାଶ କରିଛନ୍ତି। ଉକ୍ତ ଅଗ୍ନିକାଣ୍ଡରେ ମୃତକଙ୍କ ପରିବାର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୫ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ସେହିପରି ଆହତମାନଙ୍କ ଉନ୍ନତ ଚିକିତ୍ସା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ କେସିଆର ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ମୃତ ଓ ଆହତଙ୍କ ପରିବାରକୁ ସରକାର ସମସ୍ତ ସହାୟତା ଯୋଗାଇଦେବେ। ଏତଦ୍‌ ବ୍ୟତୀତ ଗ୍ରାଉଣ୍ଡ ସ୍ତରରେ ପରିସ୍ଥିତିକୁ ସମୀକ୍ଷା କରିବା ଏବଂ ଆବଶ୍ୟକ ପଦକ୍ଷେପ ନେବାକୁ କେସିଆର ଗୃହମନ୍ତ୍ରୀ ମହମୁଦ ଅଲି ଏବଂ ମନ୍ତ୍ରୀ ତଲସାନି ଶ୍ରୀନିବାସ ଯାଦବଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri