Posted inଜାତୀୟ

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କେସିଆର

ବେଙ୍ଗାଲୁରୁ,୨୬।୫: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଜନତା ଦଳ(ସେକ୍ୟୁଲାର)ର ମୁଖ୍ୟ ଏଚ୍‌ଡି ଦେବେଗୌଡାଙ୍କୁ କର୍ନାଟକ ସ୍ଥିତ ତାଙ୍କ ବାସଭବନରେ ଗୁରୁବାର ଭେଟିଛନ୍ତି। ଏହି ସାକ୍ଷାତକାର ସମୟରେ ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ଏହି ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଦେବେଗୌଡାଙ୍କ ସହ କନର୍ର୍ାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ମଧ୍ୟ ଉପସ୍ଥିତ ଥିଲେ। ଦେବେଗୌଡା ଓ କୁମାରସ୍ବାମୀଙ୍କ ସହ କେସିଆର ଜାତୀୟ ଏବଂ କର୍ନାଟକ ରାଜନୀତି ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏଥିସହ ବୈଠକ ପରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ଅନେକ ସରକାର ଗଠନ କରାଯାଇଛି ଏବଂ ଅନେକ ପ୍ରଧାନମନ୍ତ୍ରୀ ମଧ୍ୟ ହୋଇଛନ୍ତି। କିନ୍ତୁ ଦେଶର ଅବସ୍ଥାରେ ଅଧିକ ପରିବର୍ତ୍ତନ ହୋଇନାହିଁ। ଜିଡିପି ତୁଳନାରେ ଭାରତଠାରୁ କମ୍‌ ଥିବା ଚାଇନା ଆଜି ୧୬ଟ୍ରିଲିୟନ ଡଲାର ଅର୍ଥନୈତିକ ଦେଶରେ ପରିଣତ ହୋଇଛି। କିନ୍ତୁ ଆମ ଦେଶରେ ୫ଟ୍ରିଲିୟନ ଡଲାରର ସ୍ବପ୍ନ ଦେଖାଉଛନ୍ତି। ଯଦି ଆମେ ଦେଶରେ ମନ ଦେଇ କାମ କରାଯାଏ ତେବେ ଆମେ ଆମେରିକା ଅପେକ୍ଷା ଏକ ବଡ଼ ଅର୍ଥନୈତିକ ଦେଶରେ ପରିଣତ ହୋଇପାରିବା। ଆମ ଦେଶରେ ଅନେକ ପ୍ରତିଶ୍ରୁତି ଦିଆଯାଉଛି, କିନ୍ତୁ ପ୍ରକୃତ କଥା ହେଉଛି ଶିଳ୍ପଗୁଡିକ ବନ୍ଦ ହେଉଛି। ମୁଦ୍ରାସ୍ଫୀତି ବୃଦ୍ଧି ପାଉଛି। ଇତିହାସରେ ପ୍ରଥମ ଥର ପାଇଁ ଦେଶର ଅର୍ଥନୀତିରେ ଏକ ବିରାଟ ହ୍ରାସ ଦେଖିବାକୁ ମିଳିଛି ବୋଲି କେସିଆର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri