Posted inଜାତୀୟ

ଭାଜପା ସହ ମେଣ୍ଟ କରିବାକୁ ଚାହୁଁଥିଲେ କେସିଆର୍‌: ମୋଦି

ହାଇଦ୍ରାବାଦ୍‌,୨୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ବଡ ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର) ଭାଜପା ସହ ମେଣ୍ଟ କରିବାକୁ ଚାହୁଁଥିଲେ, କିନ୍ତୁ ଆମେ ଏହା କରିବାକୁ ଦେଇ ନାହୁଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ତେଲଙ୍ଗାନାର ମହାବୁବାଦ୍‌ରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାଜପାର ଶକ୍ତି ବଢୁଥିବା ନେଇ କେସିଆରଙ୍କୁ ବହୁ ପୂର୍ବରୁ ଜଣାଥିଲା। ଦୀର୍ଘ ସମୟ ଧରି ସେ କୌଣସି ପ୍ରକାରେ ଭାଜପା ସହିତ ବନ୍ଧୁତା କରିବାକୁ ଚେଷ୍ଟା କରୁଥିଲେ। ଥରେ ଦିଲ୍ଲୀ ଆସିଥିବାବେଳେ କେସିଆର ମୋତେ ଭେଟିଥିଲେ। ମେଣ୍ଟ କରିବା ନେଇ ସେ ମୋତେ ଅନୁରୋଧ କରିଥିଲେ, କିନ୍ତୁ ତେଲଙ୍ଗାନାବାସୀଙ୍କ ଇଚ୍ଛା ବିରୋଧରେ ଭାଜପା କିଛି କରିପାରିବ ନାହିଁ। ଯେବେଠାରୁ ଭାଜପା କେସିଆରଙ୍କୁ ମନା କରିଦେଇଛି, ସେବେଠାରୁ ଭାରତ ରାଷ୍ଟ୍ର ସମିତି (ବିଆରଏସ) ମୋତେ ଦୁର୍ବ୍ୟବହାର କରିବାର ସୁଯୋଗ ଛାଡୁନାହିଁ। ତେଲଙ୍ଗାନାକୁ ବିଆର୍‌ଏସ୍‌ର କବଳରୁ ମୁକ୍ତ କରିବା ଆମର ଦଳ ଏହାର ଦାୟିତ୍ୱ ବୋଲି ମୋଦି କହିଛନ୍ତି।
ତେଲଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ନଭେମ୍ବର ୩୦ ରେ ହେବ ଏବଂ ଫଳାଫଳ ଡିସେମ୍ବର ୩ ରେ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଅଗଷ୍ଟ ୧୫ରୁ ଗଡ଼ିବ ଦେଶର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri