ତେଲଙ୍ଗାନାରେ ବର୍ଷା ବିତ୍ପାତ: ଶତାଧିକ ଗାଁ ଜଳମଗ୍ନ, ୯୯ ଟ୍ରେନ୍‌ ବାତିଲ

ହାଇଦ୍ରାବାଦ,୧ା୯: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦ ସମେତ ବିଭିନ୍ନ ଅଞ୍ଚଳରେ ରବିବାର ପ୍ରବଳ ବର୍ଷା ଲାଗି ରହିବା ଫଳରେ ଶତାଧିକ ଗାଁ ପାଣିରେ ବୁଡ଼ିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ରେଳଧାରଣାଗୁଡ଼ିକ ବର୍ଷାପାଣିରେ ବୁଡ଼ିଥିବାରୁ ୯୯ଟି ଟ୍ରେନ୍‌କୁ ବାତିଲ କରିଦିଆଯାଇଛି। ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀ ଇତିମଧ୍ୟରେ ମନ୍ତ୍ରୀ ଓ ବିଧାୟକମାନଙ୍କ ସହ ଜରୁରୀ ବୈଠକ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ବଣ୍ଡି ସଞ୍ଜୟ କୁମାର ତେଲଙ୍ଗାନା ସ୍ଥିତି ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଅବଗତ କରାଇଛନ୍ତି। ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ସହାୟତା ପାଇଁ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ତେଲଙ୍ଗାନାକୁ ପଠାଯାଇଛି। ହାଇଦ୍ରାବାଦରେ ସ୍କୁଲ୍‌ଗୁଡ଼ିକୁ ସୋମବାର ପାଇଁ ବନ୍ଦ ରଖାଯାଇଛି।

ସେହିପରି ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡ଼ା ସମେତ ବିଭିନ୍ନ ଅଞ୍ଚଳରେ ଅଭୂତପୂର୍ବ ବର୍ଷାବିତ୍ପାତ ଦେଖାଦେଇଛି। ବର୍ଷା ପ୍ରଭାବିତ ଅଞ୍ଚଳରୁ ୧୭,୦୦୦ ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କ ସହ କଥା ହୋଇ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri