ତେଲଙ୍ଗାନାରେ ବର୍ଷା ବିତ୍ପାତ: ଶତାଧିକ ଗାଁ ଜଳମଗ୍ନ, ୯୯ ଟ୍ରେନ୍‌ ବାତିଲ

ହାଇଦ୍ରାବାଦ,୧ା୯: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦ ସମେତ ବିଭିନ୍ନ ଅଞ୍ଚଳରେ ରବିବାର ପ୍ରବଳ ବର୍ଷା ଲାଗି ରହିବା ଫଳରେ ଶତାଧିକ ଗାଁ ପାଣିରେ ବୁଡ଼ିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ରେଳଧାରଣାଗୁଡ଼ିକ ବର୍ଷାପାଣିରେ ବୁଡ଼ିଥିବାରୁ ୯୯ଟି ଟ୍ରେନ୍‌କୁ ବାତିଲ କରିଦିଆଯାଇଛି। ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀ ଇତିମଧ୍ୟରେ ମନ୍ତ୍ରୀ ଓ ବିଧାୟକମାନଙ୍କ ସହ ଜରୁରୀ ବୈଠକ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ବଣ୍ଡି ସଞ୍ଜୟ କୁମାର ତେଲଙ୍ଗାନା ସ୍ଥିତି ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଅବଗତ କରାଇଛନ୍ତି। ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ସହାୟତା ପାଇଁ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ତେଲଙ୍ଗାନାକୁ ପଠାଯାଇଛି। ହାଇଦ୍ରାବାଦରେ ସ୍କୁଲ୍‌ଗୁଡ଼ିକୁ ସୋମବାର ପାଇଁ ବନ୍ଦ ରଖାଯାଇଛି।

ସେହିପରି ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡ଼ା ସମେତ ବିଭିନ୍ନ ଅଞ୍ଚଳରେ ଅଭୂତପୂର୍ବ ବର୍ଷାବିତ୍ପାତ ଦେଖାଦେଇଛି। ବର୍ଷା ପ୍ରଭାବିତ ଅଞ୍ଚଳରୁ ୧୭,୦୦୦ ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କ ସହ କଥା ହୋଇ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri