Posted inଜାତୀୟ

ଭାଜପା ମହାସଚିବ ବିଏଲ ସନ୍ତୋଷଙ୍କୁ ସମନ ଜାରି କଲା ତେଲେଙ୍ଗାନା ଏସଆଇଟି

ହାଇଦ୍ରାବାଦ,୧୯ ।୧୧: ତେଲେଙ୍ଗାନାରେ ବିଧାୟକଙ୍କ ଘୋଡା ବେପାର ମାମଲା ବେଳକୁ ବେଳ ବଢିବାରେ ଲାଗିଛି । ଏହି ଘଟଣାର ଯାଞ୍ଚ ପାଇଁ ଡିଜିପି ତେଲେଙ୍ଗାନା ଏସଆଇଟିର ଗଠନ କରିଥିଲେ । ଏସଆଇଟି ଏବେ ଏହି ପ୍ରସଙ୍ଗରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଜାତୀୟ ସାଧାରଣ ସମ୍ପାଦକ(ସଙ୍ଗଠନ) ବିଏଲ ସନ୍ତୋଷଙ୍କୁ ସମନ ଜାରି କରିଛି । ଏସଆଇଟି ବିଏଲ ସନ୍ତୋଷଙ୍କୁ ୪୧ ସିଆରପିସିର ନୋଟିସ ପଠାଇଛି । ତାଙ୍କୁ ଚଳିତ ମାସ ୨୧ ତାରିରେ ହାଇଦ୍ରାବାଦ ସ୍ଥିତ କାର୍ଯ୍ୟାଳୟରେ ସକାଳ ୧୦ଟା ୩୦ରେ ହାଜର ହେବାକୁ କୁହାଯାଇଛି ।
ନୋଟିସରେ କୁହାଯାଇଛି କି ଯଦିି ସେ ଉପସ୍ଥିତ ନ ହୁଅନ୍ତି ତେବେ ତାଙ୍କୁ ଗିରଫ କରାଯାଇପାରେ । ଗତ ମାସରେ ସାଇବରାବାଦ ପୋଲିସ ତେଲେଙ୍ଗାନା ବିଧାୟକଙ୍କ ଘୋଡା ବେପାର ମାମଲାରେ କଥିତ ଭାବେ ପଚରା ଉଚରା ପାଇଁ ୩ ଜଣଙ୍କୁ ଗିରଫ କରିଥିଲା । ପୋଲିସ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରିବା ସମୟରେ କହିଥିଲା, ଅଭିଯୁକ୍ତଙ୍କ ପକ୍ଷରୁ ବିଧାୟକଙ୍କୁ ରାଜ୍ୟ ସରକାରଙ୍କୁ ଅସ୍ଥିର କରିବାକୁ ଲାଞ୍ଚ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?