Posted inଜାତୀୟ

ତେଲେଙ୍ଗାନା ସାଧାରଣତନ୍ତ୍ର ଦିବସ ପରେଡ ବିବାଦ: ସରକାରଙ୍କୁ ହାଇକୋର୍ଟଙ୍କ ଝଟକା…

ଇସଲାମାବାଦ,୨୬।୧ : ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ସରକାରଙ୍କୁ ହାଇକୋର୍ଟଙ୍କଠାରୁ ଏକ ଝଟକା ପାଇଛନ୍ତି। ବାସ୍ତବରେ ସାଧାରଣତନ୍ତ୍ର ଦିବସରେ ହାଇଦ୍ରାବାଦର ପରେଡ ଗ୍ରାଉଣ୍ଡରେ ପୋଲିସ ପରେଡ ଆୟୋଜନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣତନ୍ତ୍ର ଦିବସ ଅବସରରେ ରାଜ ଭବନରେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବାକୁ ରାଜ୍ୟ ସରକାର ସପକ୍ଷରେ ଥିଲେ। କରୋନା ପ୍ରତିବନ୍ଧକ ଯୋଗୁଁ ରାଜ୍ୟ ସରକାର ଲଗାତାର ଦ୍ୱିତୀୟ ବର୍ଷ ପାଇଁ ରାଜ ଭବନରେ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ପ୍ରସ୍ତୁତ ହେଉଥିଲେ। ତେବେ ସରକାରଙ୍କ ଏହି ପଦକ୍ଷେପ ବିରୋଧରେ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଥିଲା।
ଏହି ଆବେଦନରେ କୁହାଯାଇଥିଲା ଯେ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ସର୍କୁଲାରକୁ ଉଲ୍ଲଂଘନ କରୁଛନ୍ତି ଯେଉଁଥିରେ ସାଧାରଣତନ୍ତ୍ର ଦିବସରେ ସମ୍ପୂର୍ଣ୍ଣ ପ୍ରସ୍ତୁତି ସହ ସମସ୍ତ ରାଜ୍ୟରେ ପୋଲିସ ପରେଡ ଆୟୋଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଏଥିରେ ଛାତ୍ରୀଛାତ୍ରଙ୍କ ଅଂଶଗ୍ରହଣକୁ ମଧ୍ୟ ଗୁରୁତ୍ୱ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri