Posted inଜାତୀୟ

ଜଳୁଛି ଅଗ୍ନିପଥ ନିଆଁ: ପୋଲିସ ଗୁଳିରେ ଜଣେ ମୃତ

ହାଇଦ୍ରାବାଦ,୧୭।୬: ଅଗ୍ନିପଥ ଯୋଜନା ବିରୋଧରେ ଜାରି ରହିଥିବା ପ୍ରଦର୍ଶନ ଏବେ ଉଗ୍ର ରୂପ ଧାରଣ କରିଛି। ଦିନକୁ ଦିନ ଏହାର ନିଆଁ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିଲାଣି। ଇତିମଧ୍ୟରେ ତେଲେଙ୍ଗାନାର ସିକନ୍ଦରାବାଦରେ ଶୁକ୍ରବାର ତୀବ୍ର ଉତ୍ତେଜନା ଦେଖିବାକୁ ମିଳିଛି। ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ସିକନ୍ଦରାବାଦରେ କେନ୍ଦ୍ର ସରକାରଙ୍କ ଏହି ଯୋଜନାକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେବଳ ସେତିକି ନୁହେଁ ଟ୍ରାକ୍‌ରେ ଠିଆ ହୋଇଥିବା ଟ୍ରେନ୍‌ରେ ମଧ୍ୟ ବିକ୍ଷୋଭକାରୀମାନେ ନିଆଁ ଲଗାଇଦେଇଥିଲେ। ଏଥିସହ ଭଙ୍ଗାରୁଜା ମଧ୍ୟ କରିଥିଲେ। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ରେଲଓ୍ବେ ଷ୍ଟେସନର ଗୋଟିଏ ପାର୍ଶ୍ୱରେ ପୋଲିସକର୍ମୀ ରହିଥିବା ବେଳେ ଅନ୍ୟ ପାର୍ଶ୍ୱରେ ପ୍ରଦର୍ଶନକାରୀ ରହିଥିବା ଦେଖିବାକୁ ମିଳିଛି। ଲଗାତର ଭାବେ ବିକ୍ଷୋଭକାରୀମାନେ ପୋଲିସଙ୍କ ଉପରେ ପଥରମାଡ଼ କରିଥିଲେ। ସେମାନଙ୍କୁ ରୋକିବାକୁ ଯାଇ ପୋଲିସ ମଧ୍ୟ ୧୭ରାଉଣ୍ଡ ଗୁଳି ଚଳାଇଥିଲା। ଯେଉଁଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ସେଥିମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ତେଲେଙ୍ଗାନା ବ୍ୟତୀତ ଉତ୍ତରପ୍ରଦେଶ, ବିହାର, ଦିଲ୍ଲୀ, ଉତ୍ତରାଖଣ୍ଡ ଓ ରାଜସ୍ଥାନରେ ମଧ୍ୟ ଅଗ୍ନିପଥ ଯୋଜନାକୁ ବିରୋଧ କରାଯାଇଛି। ପ୍ରଦର୍ଶନକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବିକ୍ଷୋଭ ପ୍ରଦର୍ଶନ ହେଉଥିବା ସ୍ଥାନଗୁଡ଼ିକରେ ସିଆରପିଏଫ୍‌ର ୩ଟି କମ୍ପାନୀକୁ ପଠାଇବାକୁ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?