ସୋନୁ ସୁଦଙ୍କୁ ମିଳିଲା ଭଗବାନଙ୍କ ମାନ୍ୟତା

ମହାମାରୀ କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ରେ ପ୍ରବାସୀ ଶ୍ରମିକଙ୍କ ଠାରୁ ଆରମ୍ଭ କରି ଅସହାୟ ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରିଚାଲିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଗରୀବଙ୍କ ଭଗବାନ ପାଲଟିଯାଇଛନ୍ତି। ଏପରି ଆମେ କହୁନାହିଁ, ବରଂ ଲୋକମାନେ ତାଙ୍କୁ ଭଗବାନଙ୍କ ମାନ୍ୟତା ଦେଇଛନ୍ତି। ତେଲେଙ୍ଗାନାରେ ଡୁବ୍ବା ଟାଣ୍ଡା ଗାଁର ଲୋକମାନେ ୪୭ ବର୍ଷୀୟ ସୋନୁ ସୁଦଙ୍କ ନାମରେ ଏକ ମନ୍ଦିର ନିର୍ମାଣ କରିଛନ୍ତି। ଉକ୍ତ ମନ୍ଦିରରେ ସେମାନେ ସୋନୁଙ୍କ ଏକ ମୂର୍ତ୍ତି ସ୍ଥାପନା କରିଛନ୍ତି। ସିଦ୍ଦିପେଟ ଜିଲାର ଅଧିକାରୀଙ୍କ ସହାୟତାରେ ଗ୍ରାମବାସୀ ଏହି ମନ୍ଦିର ନିର୍ମାଣ କରିଥିବା ଜଣାପଡ଼ିଛି।
ସ୍ଥାନୀୟ ଲୋକଙ୍କ ଉପସ୍ଥିତିରେ ରବିବାର ଦିନ ଏହି ମନ୍ଦିରର ଉଦ୍‌ଘାଟନ କରାଯାଇଥିଲା। ଏହି ସମୟରେ ଆରତୀ ମଧ୍ୟ ହୋଇଥିଲା। ଏହି ଅବସରରେ ସେଠାକାର ମହିଳାମାନେ ପାରମ୍ପରିକ ଗୀତ ମଧ୍ୟ ଗାଇଥିଲେ।
ଏ ନେଇ ଜିଲା ପରିଷଦ ସଦସ୍ୟ ଜିରୀ କଣ୍ଡେଲ କୁହନ୍ତି, କରୋନା ସମୟରେ ସୋନୁ ଗରୀବ ଲୋକଙ୍କ ପାଇଁ ଭଲ କାମ କରିଛନ୍ତି।
ସେହିପରି ମନ୍ଦିର ନିର୍ମାଣର ଯୋଜନା ସଂଗଠନରେ ଜଡିତ ରମେଶ କୁମାର କୁହନ୍ତି, ସୋନୁଙ୍କ ଭଲ କାମ ଯୋଗୁ ସେ ଭଗବାନଙ୍କ ସ୍ଥାନ ନେଇସାରିଛନ୍ତି। ସେ ହେଉଛନ୍ତି ଆମର ଭଗବାନ ବୋଲି ରମେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri