ତେଲେଙ୍ଗିରି ୧, ମାଛକୁଣ୍ଡ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୧୭।୮(ସ୍ବ.ପ୍ର.): ସୋମବାର କୋରାପୁଟ ଜିଲାରେ ୧୪୬୭.୨ ମିମି ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୨୯୩ ମିମି ବର୍ଷା ହୋଇଛି। ପ୍ରଥମ କରି ଜିଲାର ତେଲେଙ୍ଗିରି ପ୍ରକଳ୍ପର ପ୍ରଥମ ଗୋଟିଏ ଗେଟ ଖୋଲାଯାଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି ା ସୋମବାର ତେଳେଙ୍ଗିରି ଜଳାଭଣ୍ଡାରରେ ଜଳସ୍ତର ୬୩୧.୫୦ ମିଟରକୁ ବୃଦ୍ଧି ପାଇବାରୁ ତେଳେଙ୍ଗିର ପ୍ରକଳ୍ପର ଗୋଟିଏ ଗେଟ ଖୋଲାଯାଇଥିବା ତେଲେଙ୍ଗିର ଡ୍ୟାମ ଅଧୀକ୍ଷଣ ଯନ୍ତ୍ରୀ ପ୍ରଦୀପ ସେନାପତି କହିଛନ୍ତି। ଜଳଭଣ୍ଡାରର ବିପଦସଙ୍କୁଳ ଜଳସ୍ତର ୬୩୩ ମିଟର ରହିଥିବାରୁ ଡ୍ୟାମର ଥିବା ୩ଟି ଗେଟରୁ ଗୋଟିଏ ଖୋଲାଯାଇଛି। ଗୋଟିଏ ଗେଟରେ ପ୍ରତି ସେକେଣ୍ଡରେ ୪୫ କ୍ୟୁସେକ ଜଳ ନିଷ୍କାସନ କରାଯାଉଛି। ସେହିପରି ସୋମବାର ଜିଲାର ମାଛକୁଣ୍ଡ ଜଳଭଣ୍ଡାରର ୨ଟି ଗେଟ ଖୋଲାଯାଇ ଜଳ ନିଷ୍କାସନ କରାଯାଉଛି। ଜିଲାରେ ପ୍ରବଳ ବର୍ଷା ଯୋଗୁ କୋଟପାଡ ବ୍ଲକର ବହୁ ଅଞ୍ଚଳ ବର୍ଷା ଜଳରେ ବୁଡି ରହିଛି। ମଙ୍ଗଳବାର ଜିଲାପାଳ ଅବଦାଲ ଏମ ଅଖତାର ସମ୍ପୃକ୍ତ ଅଞ୍ଚଳ ପରିଦର୍ଶନ କରି ପରିସ୍ଥିତି ଅନଧ୍ୟାନ କରି ଫେରିଛନ୍ତି। ଏହି ବର୍ଷା ଯୋଗୁଁ ବର୍ତମାନ ଇନ୍ଦ୍ରାବତୀ ଜଳଭଣ୍ଡାର ଜଳସ୍ତର ୬୩୭.୫୦ ମିଟରକୁ ବୃଦ୍ଧି ପାଇଥିବାବେଳେ ଅପର କୋଲାବ ଜଳଭଣ୍ଡାର ଜଳସ୍ତର ୮୫୦.୬୪ ମିଟରକୁ ବୃଦ୍ଧି ପାଇଥିବା ଜଣା ଯାଇଛି। ସେହିପରି ତେଲେଙ୍ଗିର ଜଳଭଣ୍ଡାରର ଜଳସ୍ତର ୬୩୧.୩୦ ମିଟର ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?