ପ୍ରାର୍ଥୀନୀଙ୍କ ରୋଡ୍‌ ଶୋ’ରେ ଟେଲି କଳାକାର

ଧାମନଗର, ୨୨ ।୩ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ଏନ୍‌ଏସିରେ ଚଳିତବର୍ଷ ପ୍ରଥମଥର ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳୁଛି। ସୋମବାର ସାରେ ଭାଜପା ଅଧ୍ୟକ୍ଷା ପ୍ରାର୍ଥୀ ପୁଷ୍ପଶ୍ରୀ ମହାନ୍ତି ଧାମନଗରରେ ରୋଡ଼ଶୋ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ମନସ୍ମିତା ଖୁଣ୍ଟିଆ, ଭାଜପା ଯୁବ ମୋର୍ଚ୍ଚା ସୋସିଆଲ ମିଡିଆ ସଂଯୋଜକ ସୂର୍ଯ୍ୟବଂଶୀ ସୁରଜ, ଶରତ ମହାନ୍ତି ଓ ସତ୍ୟବ୍ରତ ଦାସ ଏଥିରେ ସାମିଲ ଥିଲେ। ପୁଷ୍ପଶ୍ରୀଙ୍କ ପାଇଁ ସିରିଏଲ୍‌ ଅଭିନେତା ଅଭିନେତ୍ରୀ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଜୟଜିତ୍‌ ଦାଶ, ଉପାସନା ଭଦ୍ର ମହାନ୍ତି, ସୟାଲ, କାଜଲ, ଶ୍ରେୟାନ ନାୟକ, ବରଦା ପ୍ରସନ୍ନ ପାତ୍ର, ଫ୍ଲୋରେନ୍ସ ପାଢ଼ୀ, ସନ୍ଦୀପ୍‌ ମିଶ୍ର ପ୍ରମୁଖ ଅଭିନେତା ଅଭିନେତ୍ରୀ ତାଙ୍କ ପାଇଁ ଭୋଟ୍‌ ନିବେଦନ କରିଛନ୍ତି। ଧାମନଗର ଏନଏସିର ବ୍ଲକ ଛକଠାରେ ଥିବା ବାସନ୍ତୀ ଦୁର୍ଗା ମନ୍ଦିରରୁ ବାହାରି ଧାମନଗର ସାନବଜାର, ବଡ଼ବଜାର, ମେଡିକାଲ ବଜାର, ଦକ୍ଷିଣବାଡ଼, ଶାମପୁର, କସା ବସ୍ତି, ମହାନ୍ତିସାହି, ଚୂନପଡା ଛକ, ହବିବନଗର, ଜୟିନଗର, ମୁନସୀପାଟଣା, ତାଳପଦା, ଗୁମଗଡ଼, କାଙ୍କରା ଆଦି ଗ୍ରାମରେ ପ୍ରଚାର କରାଯାଇଥିଲା। ପୁଷ୍ପଶ୍ରୀଙ୍କ ସହ ୧୧ କାଉନ୍‌ସିଲର ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସେମାନେ ଭୋଟ୍‌ ଭିକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri