NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା ପାଇଁ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛନ୍ତି। ତେବେ ଏହି ମେସେଜିଂ ଆପର ପ୍ରତିଷ୍ଠାତା ତଥା ସିଇଓ (CEO) ପାଭେଲ ଦୁରୋଭ (Pavel Durov) ସରକାରଙ୍କ ଏହି ନିଷ୍ପତ୍ତିକୁ ସମାଲୋଚନା କରିଛନ୍ତି। ଏହାଦ୍ୱାରା ମୂଳ ସମସ୍ୟାର ସମାଧାନ ନହୋଇ ଓଲଟା ଲକ୍ଷ ଲକ୍ଷ ସାଧାରଣ ବ୍ୟବହାରକାରୀ ପ୍ରଭାବିତ ହେବେ ବୋଲି ସେ ଯୁକ୍ତି ବାଢ଼ିଛନ୍ତି।

କେନ୍ଦ୍ର ସରକାର ଗତ ମଙ୍ଗଳବାରଠାରୁ ଆସନ୍ତା ୨୨ ଜୁନ ୨୦୨୬ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ କଟକଣା ଲଗାଇଛନ୍ତି। ଆସନ୍ତା ଜୁନ ୨୧ ରେ ହେବାକୁ ଥିବା NEET-UG ୨୦୨୬ ପୁନଃ-ପରୀକ୍ଷା ଏବଂ ତା’ର ପରବର୍ତ୍ତୀ ସମୟକୁ ନଜରରେ ରଖି ଜାତୀୟ ପରୀକ୍ଷା ସଂସ୍ଥା (NTA) ର ସୁପାରିଶ କ୍ରମେ ଏହି ପଦକ୍ଷେପ ନିଆଯାଇଛି। ଗୁଗୁଲ ନିଜ ପ୍ଲେ-ଷ୍ଟୋରରୁ ଏହି ଆପକୁ ହଟାଇ ସାରିଥିବାବେଳେ, ଆପଲ ମଧ୍ୟ ନିର୍ଦ୍ଦେଶ ପାଳନ କରି ଖୁବ ଶୀଘ୍ର ଏହାକୁ ହଟାଇବ ବୋଲି ଆଶା କରାଯାଉଛି।

ଟେଲିଗ୍ରାମ ସିଇଓ କହିଛନ୍ତି, “କିଛି ବ୍ୟବହାରକାରୀ ଲିକ ହୋଇଥିବା ପ୍ରଶ୍ନପତ୍ର ସେୟାର କରିବା ଯୋଗୁଁ ଭାରତର ଆଇଟି ମନ୍ତ୍ରଣାଳୟ ଟେଲିଗ୍ରାମକୁ ଗୋଟିଏ ସପ୍ତାହ ପାଇଁ ବ୍ୟାନ କରିଛି। ଏହା ଭାରତର ୧୫ କୋଟିରୁ ଅଧିକ ସାଧାରଣ ଟେଲିଗ୍ରାମ ବ୍ୟବହାରକାରୀଙ୍କୁ ଦଣ୍ଡିତ କରୁଛି, ସେହି ଲୋକଙ୍କୁ ନୁହେଁ ଯେଉଁମାନେ ପରୀକ୍ଷା ସାମଗ୍ରୀ ଲିକ କରିଛନ୍ତି। ଏବଂ ଏହି ବ୍ୟାନ କିଛି ବି ରୋକି ପାରିନାହିଁ। ଲିକ ହୋଇଥିବା ସେହି ଜିନିଷଗୁଡ଼ିକ ଏବେ ଅନ୍ୟ ଆପକୁ ଚାଲିଯାଇଛି।”


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri