ମେସେଜିଂ ଆପ୍‌ ଟେଲିଗ୍ରାମ୍‌ର ପ୍ରତିଷ୍ଠାତା ଗିରଫ

ପ୍ୟାରିସ୍‌,୨୫ା୮: ମେସେଜିଂ ଆପ୍‌ ‘ଟେଲିଗ୍ରାମ’ର ପ୍ରତିଷ୍ଠାତା ପାଭେଲ ଡୁରୋଭଙ୍କୁ ଗିରଫ କରିଛି ପୋଲିସ। ଫ୍ରାନ୍ସର ବର୍ଗେଟ ବିମାନ ବନ୍ଦରରେ ଡୁରୋଭଙ୍କୁ ପୋଲିସ ଗିରଫ କରିଥିବା ଜଣାପଡ଼ିଛି। ସେ ପ୍ରାଇଭେଟ ଜେଟ୍‌ରେ ଆଜରବାଇଜାନ ଯିବା ବେଳେ ପୋଲିସ ତାଙ୍କୁ ଅଟକ ରଖିଥିଲା ପରେ ତାଙ୍କୁ ଗିରଫ କରିଛି। ତାଙ୍କ ନାମରେ ପୂର୍ବରୁ ଗିରଫ ଓ୍ବାରେଣ୍ଟ ଜାରି କରିଥିଲା ଫ୍ରାନ୍ସ। ଟେଲିଗ୍ରାମ ଦ୍ବାରା ସେ ଅପରାଧିକ ଗତିବିଧି ଚଳାଉଥିବା ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ତାଙ୍କୁ ଗିରଫ କରିଛି।

ଟେଲିଗ୍ରାମ ଏ ବାବଦରେ କୌଣସି ପ୍ରତିକ୍ରିୟା ଦେଇନାହିଁ। କିନ୍ତୁ ଏହି ଘଟଣାକୁ ନିଶ୍ଚିତ କରି ଫ୍ରାନ୍ସ ପୋଲିସ ଅଧିକାରୀ କହିଛନ୍ତି, ତାଙ୍କୁ ଗିରଫ କରାଯାଇ  ଥାନାକୁ ନିଆଯାଇଛି। ଏହି ଗିରଫ ଯୋଗୁ ରୁଷିଆ ବ୍ଲଗର୍ସମାନେ କ୍ଷୋଭ ପ୍ରକାଶ କରିଛନ୍ତି। ରବିବାର ଅପରାହ୍ନରେ ସେମାନେ ଫ୍ରାନ୍ସର ଦୂତାବାସ ବାହାରେ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛନ୍ତି।

ରୁଷିଆ, ୟୁକ୍ରେନ ଏବଂ ପୂର୍ବତନ ସୋଭିଏତ୍‌ ୟୁନିଅନର ଗଣତନ୍ତ୍ରରେ ଟେଲିଗ୍ରାମ, ଫେସବୁକ୍‌, ୟୁଟ୍ୟୁବ୍‌, ହ୍ବାଟ୍ସ ଆପ୍‌, ଇନ୍‌ଷ୍ଟାଗ୍ରାମ, ଟିକ୍‌ଟକ୍‌ ଏବଂ ଓ୍ବେଚ ପରେ ଏକ ପ୍ରମୁଖ ସୋସିଆଲ ମିଡିଆ ପ୍ଲାଟଫର୍ମ ଭାବରେ ସ୍ଥାନିତ ହୋଇଛି। ଆସନ୍ତାବର୍ଷରେ ଏହା ଏକ ବିଲିୟନ ୟୁଜରଙ୍କୁ ଛୁଇଁବାକୁ ଲକ୍ଷ୍ୟ ରଖିଥିଲା।

ଦୁବାଇରେ ଆଧାର କରି ରୁଷିଆରେ ଜନ୍ମିତ ଡୁରୋଭଙ୍କ ଦ୍ୱାରା ଟେଲିଗ୍ରାମ ପ୍ରତିଷ୍ଠା କରାଯାଇଥିଲା। ସେ ବିକ୍ରି କରିଥିବା ଭି.କେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ବିରୋଧୀ ସମ୍ପ୍ରଦାୟକୁ ବନ୍ଦ କରିବା ପାଇଁ ସରକାରଙ୍କ ଦାବିକୁ ମାନିବାକୁ ମନା କରିବା ପରେ ସେ ୨୦୧୪ରେ ରୁଷିଆ ଛାଡ଼ିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri