ପରଲୋକରେ ‘ଉଡାନ’ ଫେମ୍‌ ଅଭିନେତ୍ରୀ

ବମ୍ବେ:  ଆଉ ନାହାନ୍ତି ଟେଲି ପରଦାର ଲୋକପ୍ରିୟ ଧାରାବାହିକ ’ଉଡାନ’ ଫେମ୍‌ ଅଭିନେତ୍ରୀ କବିତା ଚୌଧୁରୀ। ହୃଦଘାତରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଅଭିନେତ୍ରୀଙ୍କ ଭଣଜା ଅଜୟ ସୟାଲ ଏନେଇ ସୂଚନା ଦେଇଛନ୍ତି। ତେବେ ଏହି ଖବର ସାମ୍ନାକୁ ଆସିବା ପରେ ମନୋରଞ୍ଜନଜଗତରେ ଶୋକର ଛାୟା ଖେଳିଯାଇଛି ।
କବିତା କର୍କଟ ରୋଗରେ ପୀଡିତ ଥିଲେ। କିଛି ଦିନ ତଳେ ହୃଦଘାତର ଶିକାର ହୋଇ ସେ ଅମୃତସରର ପାର୍ବତୀ ଦେବୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ହେଲେ ଗୁରୁବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଶୁକ୍ରବାର ଅମୃତସରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି ।
୧୯୮୯ରେ ’ଉଡାନ’ ଶୋ’ ରିଲିଜ ହୋଇଥିଲା। କବିତା ଏହି ଶୋ’ରେ ଆଇପିଏସ ଅଧିକାରୀ କଲ୍ୟାଣୀ ସିଂ ଭୂମିକାରେ ଅଭିନୟ କରିଥିଲେ । ସେ ଏହି ଶୋ’ର ନିର୍ଦ୍ଦେଶନା ଦେଇଥିଲେ । ଶୋ’ଟି ତାଙ୍କ ଭଉଣୀ କାଞ୍ଚନ ଚୌଧୁରୀ ଭଟ୍ଟାଚାର୍ଯ୍ୟଙ୍କ ଜୀବନୀ ଉପରେ ଆଧାରିତ ଥିଲା ଯିଏ କିରଣ ବେଦୀଙ୍କ ପରେ ଦ୍ୱିତୀୟ ମହିଳା ଆଇପିଏସ ଅଧିକାରୀ ହୋଇଥିଲେ ।
କବିତା ତାଙ୍କ ଶୋ’ ’ଉଡାନ’ ମାଧ୍ୟମରେ ମହିଳା ସଶକ୍ତିକରଣର ଏକ ଉଦାହରଣ ପାଲଟିଥିଲେ। ଏଥିସହ ୧୯୮୦ ଏବଂ ୧୯୯୦ ଦଶକରେ ପ୍ରସିଦ୍ଧ ସର୍ଫ ବିଜ୍ଞାପନରେ ଲଳିତାଜୀଙ୍କ ଭୂମିକାରେ ଅଭିନୟ କରି ସେ ଲୋକପ୍ରିୟ ହୋଇଥିଲେ।
କହିରଖୁଛୁ, କରେନା କାଳରେ ଦୁରଦର୍ଶନରେ ଉଡ଼ାନର ପୁନଃପ୍ରସାରଣ କରାଯାଇଥିଲା। ଉକ୍ତ ସମୟରେ ସ୍ମୃତି ଇରାନୀ ଶୋ’ର ପ୍ରଶଂସା କରିଥିଲେ। ଏପରିକି କିଛି ଲୋକଙ୍କ ପାଇଁ ଏହା କେବଳ ଧାରାବାହିକ ହୋଇଥାଇପାରେ ହେଲେ ତାଙ୍କ ପାଇଁ ଏକ ଆହ୍ବାନ ଥିଲା ବୋଲି କହିଥିଲେ।

 

View this post on Instagram

 

A post shared by Suchitra Varma (@suchitravarma28)


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?