ଭାଜପାରେ ଯୋଗ ଦେଲେ ତେଲଗୁ ଅଭିନେତ୍ରୀ ଜୟସୁଧା

ହାଇଦ୍ରାବାଦ,୨।୮: ତେଲଗୁ ଅଭିନେତ୍ରୀ ତଥା ପୂର୍ବତନ ବିଧାୟକ ଜୟସୁଧା ଭାଜପାରେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ତଥା ତେଲେଙ୍ଗାନା ଭାଜପା ସଭାପତି ଜି କିଶନ ରେଡ୍ଡୀ ଏବଂ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୁଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବରୁ ପ୍ରତିନିଧିତ୍ୱ କରିଥିବା ସିକନ୍ଦରବାଦ ନିର୍ବାଚନମଣ୍ଡଳୀରୁ ଭାଜପା ପକ୍ଷରୁ ସେ ପୁଣି ପ୍ରତିଦ୍ୱନ୍ଦିତା କରିବେ ବୋଲି କୁହାଯାଉଛି।

୧୯୭୦ ଓ ୧୯୮୦ ଦଶକରେ ଅନେକ ତେଲଗୁ ଚଳଚ୍ଚିତ୍ରରେ ରାଜ୍‌ କରିଛନ୍ତି ଜୟସୁଧା। ୨୦୦୯ରେ କଂଗ୍ରେସ ନେତା ତଥା ତତ୍କାଳୀନ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ ରାଜାଶେଖର ରେଡ୍ଡୀଙ୍କ ନିମନ୍ତ୍ରଣ କ୍ରମେ ସେ ରାଜନୀତିରେ ଯୋଗ ଦେଇଥିଲେ। ୨୦୦୯ରେ ସେକୁନ୍ଦରବାଦ ନିର୍ବାଚନମଣ୍ଡଳୀରୁ ସେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୪ ନିର୍ବାଚନରେ ସେ ହାରି ଯାଇଥିଲେ। ଏହାପରେ ସେ ୨୦୧୬ରେ ତେଲୁଗୁ ଦେଶମ ପାର୍ଟି (ଟିଡିପି)ରେ ଯୋଗଦେବା ପାଇଁ କଂଗ୍ରେସ ଛାଡିଥିଲେ। ତେବେ ୨୦୧୯ରେ ସେ ତାଙ୍କ ପୁଅ ନିହାର କପୁରଙ୍କ ସହ ଓ୍ବାଇ ଏସ ଆର ପାର୍ଟିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri