ଶିମିଳିପାଳ ଅଭୟାରଣ୍ୟ ଅଂଚଳରେ ହାଡ଼ ଭାଙ୍ଗୁଛି ଜାଡ, ତାପମାତ୍ରା ୧°C

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ରହିଛି । ଚାରି ଦିନ ଧରି ତାପମାତ୍ରା ୧ ଡିଗ୍ରୀରେ ଜାରି ରହିଛି । ଗୁଡୁଗୁଡିଆରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ପ୍ରଦାନ କରିଛନ୍ତି ।

ଫଳରେ ଗୁଡୁଗୁଡିଆ ଅଞ୍ଚଳରେ ତୁଷାରପାତ ଦେଖିବାକୁ ମିଳିଛି। ଫଳରେ ଶିମିଳିପାଳ ସଂଲଗ୍ନ ଜନବସତି ସମେତ ଜିଲାବ୍ୟାପି ଶୀତର ଜାଡ ଅସମ୍ଭାଳ କରିଦେଇଛି । ଲୋକେ ଗରମ ପୋଷାକ ଘୋଡାଇ ରହିବା ସହ ନିଆଁ ଜାଳି ଶୀତକଷ୍ଟକୁ ଲାଘବ କରୁଛନ୍ତି । ସେହିପରି ଶିମିଳିପାଳ ଅଭୟାରଣ୍ୟର ଚହଲା ଓ ଉପରବାରହାକାମୁଡାରେ ୨ଡିଗ୍ରୀ, ବରେହିପାଣିରେ ୫ଡିଗ୍ରୀ, ରାମତୀର୍ଥରେ ୯ଡିଗ୍ରୀ, ସାତକୋଶିଆରେ ଏବଂ କିଆଝରୀରେ ୧୦ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଜିଲାର ୨୬ଟି ବ୍ଲକ ମଧ୍ୟରୁ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୨ଡିଗ୍ରୀ ପାଖାପାଖି ରହୁଛି । ଅବାଧ ଗଛକଟା ଓ ଖଣିଖନନ ଯୋଗୁଁ ଏହାର ପ୍ରଭାବ ଜିଲାବାସୀଙ୍କ ଉପରେ ପଡୁଛି । ଯାହାକୁ ନେଇ ଶୀତ ଦିନେ ପ୍ରବଳ ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…

ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ...

ରାଜ୍ୟର ସବୁ ଥଣ୍ଡା ସହର ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଚଳିତ ଶୀତ ଋ଼ତୁରେ ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଓ ଶୀତଳତମ ସହର କନ୍ଧମାଳ ଜିଲାର ଜି.ଉଦୟଗିରି। ହାଡ଼ଭଙ୍ଗା ଶୀତରେ...

ଦେବୀ ପ୍ରସାଦଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଛୁଟିଲା ଶୁଭେଚ୍ଛାର ସୁଅ

ରାଇକିଆ,୧୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ବିଜୁ ଜନତା ଦଳର ନୂତନ ଭାବେ ନଗର ଏବଂ ବ୍ଲକ ସଭାପତିଙ୍କ ନାମ ଘୋଷଣା କରାଯାଇଛି । ବିଜୁ ଜନତା...

ଦିନେ ମୋ ଘର ଭାଙ୍ଗିଥିଲ, ଆଜି ଲୋକେ ତଡ଼ିଦେଲେ: କଙ୍ଗନାଙ୍କ ହୁଙ୍କାର

ମୁମ୍ବାଇ,୧୭।୧: ମହାରାଷ୍ଟ୍ର ବିଏମସି ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ଫଳାଫଳ ସହିତ ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ ଉପରେ ଠାକରେ ପରିବାରର ଶାସନ ଶେଷ ହୋଇଛି।...

ଯୁଦ୍ଧ ଆଶଙ୍କା ଭିତରେ ଇରାନକୁ ପ୍ରଶଂସା କଲେ ଟ୍ରମ୍ପ: କହୁ କହୁ କହିଦେଲେ…

ଓ୍ବାଶିଂଟନ୍‌,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଇରାନକୁ ପ୍ରଶଂସା କରିଛନ୍ତି। ଏକ ଅସାଧାରଣ ପଦକ୍ଷେପ ନେଇ ଇରାନ ସରକାରଙ୍କୁ ଶହ ଶହ ରାଜନୈତିକ କଏଦୀଙ୍କ...

ଜବରଦଖଲ ଉଚ୍ଛେଦ ଘଟଣା: ଛଦ୍ମବେଶୀ ବ୍ୟବସାୟୀଙ୍କ ଆବେଦନ ଯୋଗୁ ବଢୁଛି ସମସ୍ୟା

ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଉଠା ଦୋକାନୀଙ୍କ ଥଇଥାନ ପାଇଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ପାଇଁ ଚାଲେଞ୍ଜ ରହିଛି।...

ଗୋମାଫିଆଙ୍କ ଘରେ ରେଡ୍‌: ବିଡ଼ା ବିଡ଼ା ଟଙ୍କା ଦେଖି ସମସ୍ତେ ତାଜୁବ

ଭଦ୍ରକ, ୧୭।୧(ସନାତନ ରାଉତ): ଅବୈଧ ଗୋ ଚାଲାଣ ଅଭିଯୋଗରେ କେନ୍ଦୁଝର ପୋଲିସ ଭଦ୍ରକ ପୁରୁଣା ବଜାର ଥାନାରେ ମୁଲ୍ଲା ସାହିରେ ଶେଖ ତାଜଉଦ୍ଦିନ ଘରେ ଚଢ଼ାଉ...

ଅସହ୍ୟ ଜାଡ଼: ପାଣିରେ ହାତ ଦେବା ହୋଇପଡ଼ୁଛି କଷ୍ଟ

ଦାରିଙ୍ଗବାଡି,୧୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଜାଡ଼ ଜାରି ରହିଛି। ମଧ୍ୟରାତ୍ରିରୁ ଜାଡ଼ ବୃଦ୍ଧି ପାଇବା ସହ ଦିନ ୧୧ ପର୍ଯ୍ୟନ୍ତ ଥରାଉଛି। ଫଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri