ଶିମିଳିପାଳ ଅଭୟାରଣ୍ୟ ଅଂଚଳରେ ହାଡ଼ ଭାଙ୍ଗୁଛି ଜାଡ, ତାପମାତ୍ରା ୧°C

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ରହିଛି । ଚାରି ଦିନ ଧରି ତାପମାତ୍ରା ୧ ଡିଗ୍ରୀରେ ଜାରି ରହିଛି । ଗୁଡୁଗୁଡିଆରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ପ୍ରଦାନ କରିଛନ୍ତି ।

ଫଳରେ ଗୁଡୁଗୁଡିଆ ଅଞ୍ଚଳରେ ତୁଷାରପାତ ଦେଖିବାକୁ ମିଳିଛି। ଫଳରେ ଶିମିଳିପାଳ ସଂଲଗ୍ନ ଜନବସତି ସମେତ ଜିଲାବ୍ୟାପି ଶୀତର ଜାଡ ଅସମ୍ଭାଳ କରିଦେଇଛି । ଲୋକେ ଗରମ ପୋଷାକ ଘୋଡାଇ ରହିବା ସହ ନିଆଁ ଜାଳି ଶୀତକଷ୍ଟକୁ ଲାଘବ କରୁଛନ୍ତି । ସେହିପରି ଶିମିଳିପାଳ ଅଭୟାରଣ୍ୟର ଚହଲା ଓ ଉପରବାରହାକାମୁଡାରେ ୨ଡିଗ୍ରୀ, ବରେହିପାଣିରେ ୫ଡିଗ୍ରୀ, ରାମତୀର୍ଥରେ ୯ଡିଗ୍ରୀ, ସାତକୋଶିଆରେ ଏବଂ କିଆଝରୀରେ ୧୦ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଜିଲାର ୨୬ଟି ବ୍ଲକ ମଧ୍ୟରୁ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୨ଡିଗ୍ରୀ ପାଖାପାଖି ରହୁଛି । ଅବାଧ ଗଛକଟା ଓ ଖଣିଖନନ ଯୋଗୁଁ ଏହାର ପ୍ରଭାବ ଜିଲାବାସୀଙ୍କ ଉପରେ ପଡୁଛି । ଯାହାକୁ ନେଇ ଶୀତ ଦିନେ ପ୍ରବଳ ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri