ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ ସାହିର ଲୋକମାନେ ଜଳ ସଙ୍କଟରେ ପଡ଼ି ଅସହାୟ ହୋଇପଡ଼ିଛନ୍ତି। ଏହାକୁ ନେଇ ସୋମବାର ଗ୍ରାମବାସୀମାନେ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି।

ବଣମହୁଳଡିହା ପାତୁଳୁ ସାହିର ୫୦ରୁ ଅଧିକ ମହିଳା ପ୍ରାୟ ୨୫ କିଲୋମିଟର ଦୂର ଟ୍ରାକ୍ଟରରେ ଯାଇ ପାଟଣା ବ୍ଲକ୍ କାର୍ଯ୍ୟାଳୟ ପହଞ୍ଚିଥିଲେ। ସେଠାରେ ସେମାନେ ଗରା, ବାଲଟି ଓ ଡେକଚି ଧରି ପାଣି ସମସ୍ୟାର ସମାଧାନ ପାଇଁ ଅଭିନବ ଭାବେ ପ୍ରତିବାଦ କରିଥିଲେ ଏବଂ ବିଡିଓ ମାନସ ରଞ୍ଜନ ଦଣ୍ଡପାଟଙ୍କୁ ଗୁହାରି ଜଣାଇଥିଲେ।

ସୂଚନା ଅନୁସାରେ, ଉକ୍ତ ସାହିରେ ଥିବା ଏକମାତ୍ର ନଳକୂପ ପୋତିଯାଇଥିବାରୁ ପାଣି ବାହାରୁନାହିଁ, ଯାହା ଫଳରେ ଗ୍ରାମବାସୀମାନେ ଗୁରୁତର ଜଳ ସଙ୍କଟରେ ପଡ଼ିଛନ୍ତି। ଗ୍ରାମବାସୀମାନଙ୍କ ଦାବି ହେଉଛି, ଶୀଘ୍ର ପାଣିର ସ୍ଥାୟୀ ବ୍ୟବସ୍ଥା କରାଯାଉ, ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଆହୁରି ତୀବ୍ର ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri