୪୨ ଡିଗ୍ରୀ ପାର୍‌କଲା ତାତି: ଲୋକେ ଆଉଟୁପାଉଟୁ

ଅନୁଗୋଳ ଅଫିସ,୧୪ା୪: ଅନୁଗୋଳ ଜିଲାରେ ଗୁରୁବାର ପାରଦ ୪୨ ଡିଗ୍ରୀ ପାର କରିଛି। ଚଳିତବର୍ଷ ଅନୁଗୋଳରେ ଏହା ସର୍ବାଧିକ ତାପମାତ୍ରା ବୋଲି ସୂଚନା ମିଳିଛି। ଫଳରେ ଏପରି ଗ୍ରୀଷ୍ମ ପ୍ରବାହ ଯୋଗୁ ଗରମ ଓ ଗୁଳୁଗୁଳିରେ ଅନୁଗୋଳବାସୀ ଆଉଟୁପାଉଟୁ ହୋଇଛନ୍ତି।
ପୂର୍ବାହ୍ନ ୮ଟାରୁ ଅନୁଗୋଳ ସହରରେ ମୁଣ୍ଡ ଫଟା ଖରା ଆରମ୍ଭ ହୋଇଯାଇଥିଲା। ଦିନ ବଢ଼ିବା ସହ ଖରାର ତେଜ ଅଧିକ ହେବାରେ ଲାଗିଥିଲା। ଏହା ସାଙ୍ଗକୁ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିଲା। ଏହାକୁ ଦେଖି ପୂର୍ବାହ୍ନ ୧୦ଟା ପରେ ସହର, ବଜାର ଓ ରାସ୍ତାରେ ଗହଳି କମି ଯାଇଥିଲା। ଅତି ଜରୁରୀ କାର୍ଯ୍ୟ ନ ଥିଲେ ଲୋକେ ବାହାରକୁ ଆସିବାକୁ ଇଚ୍ଛା କରି ନ ଥିଲେ। ଅପରାହ୍ନ ସାଢ଼େ ଗୋଟଏ ବେଳେ ତାପମାତ୍ରା ୪୨.୫ ଡିଗ୍ରୀରେ ପହଞ୍ଚିଯାଇଥିବାରୁ ସହର ଯେପରି ତତଲା ତାଓ୍ବାରେ ପରିଣତ ହୋଇଯିବା ପରି ଲୋକେ ଅନୁଭବ କରିଥିଲେ। ଏପରି ଖରାକୁ ଦେଖି ପ୍ରଶାସନ ପକ୍ଷରୁ ଜିଲାବାସୀଙ୍କୁ ସତର୍କ କରାଇ ଦିଆଯାଇଛି। ବିଶେଷକରି ମଧ୍ୟାହ୍ନରେ ଘରୁ ବାହାରକୁ ନ ବାହାରିବାକୁ ଲୋକଙ୍କୁ ସଚେତନ କରାଯାଇଛି।

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ଅଂଶୁଘାତ କକ୍ଷ ଖୋଲାଯାଇଛି। ସରକାର ପ୍ରତି ମେଡିକାଲରେ ଅଂଶୁଘାତ କକ୍ଷ ଖୋଲିବା ସହ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟର ପୁରୁଷ ମେଡିସିନ୍‌ ୱାର୍ଡରେ ୩ଟି ବେଡ୍‌ ଓ ମହିଳା ମେଡିସିନ୍‌ ୱାର୍ଡରେ ୩ଟି ବେଡ୍‌ ବ୍ୟବସ୍ଥା କରାଯାଇଛି। ତେବେ ଗୋଟିଏ କୋଠରିରେ ଏହି ୩ଟି ଲେଖାଏ ବେଡ୍‌ ରଖାଯାଇଥିବାବେଳେ ମେଡିସିନ୍‌ ସହ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଥିବା ମେଡିକାଲ ପରିଚାଳକ ଦେବାଶିଷ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ କରାଯାଇଥିବା ଏକ ଉଲ୍ଲେଖର ପ୍ରତିକ୍ରିୟାରେ ସୋସିଆଲ ମିଡିଆରେ ‘ଦିମାଗି ନକ୍ସଲ ପାର୍ଟି’ (ବୌଦ୍ଧିକ ନକ୍ସଲ ପାର୍ଟି)…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri