ଝାରସୁଗୁଡ଼ାରେ ୭୨ବର୍ଷର ରେକର୍ଡ ଭାଙ୍ଗିଲା ତାପମାତ୍ରା: ଆସନ୍ତା ୫ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୭ା୧(ବନ୍ଦନା ସେଠୀ): ରାଜ୍ୟକୁ ପୁଣି ଲେଉଟିଲା ଶୀତ। ଗତ ୨ଦିନ ହେବ ଶୀତ ସାମାନ୍ୟ କମ୍‌ ଥିବାବେଳେ ମଙ୍ଗଳବାରଠାରୁ ଶୀତ ପ୍ରକୋପ ପୁଣି ବୃଦ୍ଧି ପାଇଛି। ଆଗାମୀ ୪ଦିନରେ ଏହା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆଗାମୀ ୪ଦିନରେ ରାତି ତାପମାତ୍ରା ୧ରୁ ୨ଡିଗ୍ରୀ ହ୍ରାସ ପାଇବା ସହିତ ଅଧିକ ଥଣ୍ଡା ଅନୁଭୂତ ହେବ। ଏହାପରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଆଗାମୀ ୩ଦିନ ଅର୍ଥାତ୍‌ ଶୁକ୍ରବାର ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, କଟକ, ଜଗତ୍‌ସିଂହପୁର ଏବଂ କୋରାପୁଟରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅପରପକ୍ଷେ ଝାରସୁଗୁଡ଼ାରେ ତାପମାତ୍ରା ୭୨ବର୍ଷର ରେକର୍ଡ ଭାଙ୍ଗିଛି। ମଙ୍ଗଳବାର ଏଠାରେ ସର୍ବନିମ୍ନ ତାପମାତ୍ରା ୫.୧ ଡିଗ୍ରୀ ସେଲ୍‌ସିୟସ ରହିଥିବାବେଳେ ସ୍ବାଭାବିକ ତାପମାତ୍ରାଠାରୁ ୬.୭ ଡିଗ୍ରୀ କମ୍‌ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି।
ତଥ୍ୟ ଅନୁଯାୟୀ, ୧୯୮୬ ଜାନୁଆରୀ ୬ରେ ଝାରସୁଗୁଡ଼ାରେ ତାପମାତ୍ରା ୬.୧, ୨୦୨୦ ଡିସେମ୍ବର ୨୧ରେ ୫.୮, ୨୦୨୩ ଜାନୁଆରୀ ୭ରେ ୫.୬ ଏବଂ ୨୦୨୫ ଜାନୁଆରୀ ୯ରେ ୬ ଡିଗ୍ରୀ ସେଲ୍‌ସିୟସ ରହିଥିବାବେଳେ ମଙ୍ଗଳବାର ୫.୧ ଡିଗ୍ରୀ ରେକର୍ଡ କରାଯାଇଛି। ଝାରସୁଗୁଡ଼ା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଖସିବା ସହିତ ଅସହ୍ୟ ଶୀତ ଅନୁଭୂତ ହେଉଛି। ମଙ୍ଗଳବାର ଭୋରଠାରୁ ରାଜଧାନୀ ଭୁବନେଶ୍ୱରରେ ୧୦ରୁ ୧୫କି.ମି ବେଗରେ ମୁଖ୍ୟତଃ ଉତ୍ତର-ଉତ୍ତରପୂର୍ବ ଦିଗରୁ ଥଣ୍ଡା ପବନ ପ୍ରବାହ ହେତୁ ତାପମାତ୍ରା ଦୃଷ୍ଟାନ୍ତମୂଳକ ହ୍ରାସ ପାଇଥିଲା। ବିଭାଗ ପକ୍ଷରୁ ରେକର୍ଡ ହୋଇଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟର ୧୧ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୬.୬ ଡିଗ୍ରୀ ସେଲ୍‌ସିୟସ ରହିଥିବାବେଳେ ଜି.ଉଦୟଗିରି ଓ କିରେଇରେ ୬.୮, ଦାରିଙ୍ଗବାଡ଼ିରେ ୭.୫, ସୁନ୍ଦରଗଡ଼ରେ ୭.୬, ସେମିିଳିଗୁଡ଼ାରେ ୮.୫, ବଲାଙ୍ଗୀରରେ ୮.୮, କେନ୍ଦୁଝରରେ ୯, ସୋନପୁରରେ ୯.୧ ଏବଂ ଢେଙ୍କାନାଳରେ ୯.୯ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି କଟକରେ ଚଳିତବର୍ଷ ପ୍ରଥମ ଥର ପାଇଁ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀକୁ ଖସିଛି। ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୧୨.୯ ଡିଗ୍ରୀ ରେକର୍ଡ କରାଯାଇଛି। ଏହାବ୍ୟତୀତ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ ଘନ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri