ଖରାରେ ସିଝୁଛି ଓଡ଼ିଶା: ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରୀ ପାର୍‌, ୨୬ରୁ ବଦଳିବ ପାଗ

ଭୁବନେଶ୍ୱର,୨୪ା୪: ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳି ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଥିବା ବେଳେ ଖରାରେ ଭାଜି ହେଉଛି ପଶ୍ଚିମ ଓଡ଼ିଶା।

ସକାଳୁ ଟାଇଁ ଟାଇଁ ଖରା ଡରାଉଥିବା ବେଳେ ଦିନସାରା ତତଲା ପବନ ଦେହକୁ ପୋଡି ଦେଉଛି। ଏଭଳି ପରିସ୍ଥିତିରେ ଆହୁରି ଦୁଇଦିନ ଅର୍ଥାତ୍‌ ୨୫ ତାରିଖ ଯାଏ ରାଜ୍ୟରେ ହିଟ୍‌ ଓ୍ବେଭ୍‌ ବା ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରୀ ପାର୍‌ କରିଛି। ଦ୍ୱିତୀୟରେ ସମ୍ବଲପୁରର ତାପମାତ୍ରା ୪୨.୮ ଡିଗ୍ରୀରେ ପହଞ୍ଚିଛି। ହିରାକୁଦରେ ୪୨.୬ ଡିଗ୍ରୀ ରେକର୍ଡ କରାଯାଇଇଥିବା ବେଳେ ରାଉରକେଲାରେ ୪୨.୨ ଡିଗ୍ରୀ ରହିଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ୪୨.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝରରେ ୩୮.୬ ଡିଗ୍ରୀ ରହିଛି।

ଅନ୍ୟପକ୍ଷେ ଆହୁରି ଦୁଇଦିନ ଅର୍ଥାତ୍‌ ୨୫ ତାରିଖ ଯାଏ ରାଜ୍ୟରେ ହିଟ୍‌ ଓ୍ବେଭ୍‌ ବା ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଗୁରୁବାର ରାଜ୍ୟର ୨୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡା ଓ ତାଳଚେରରେ ସର୍ବାଧିକ ତାପମାତ୍ରା ୪୪ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଚଳିତବର୍ଷ ପ୍ରଥମଥର ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୨.୧ ଡିଗ୍ରୀ ଛୁଇଁଥିଲା।

ଶୁକ୍ରବାର ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର, କେନ୍ଦୁଝର, ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲାକୁ ହିଟ୍‌ ଓ୍ବେଭ୍‌ ଓ୍ବାର୍ର୍ନିଂ ଜାରି କରାଯାଇଛି। ଏଥିସହ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ଗରମ ଓ ଗୁଳୁଗୁଳି ପାଇଁ ଓ୍ବାର୍ନିଂ ଦିଆଯାଇଛି।

ଅପରପକ୍ଷେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଞ୍ଜାମ, ଗଜପତି ଏବଂ ରାୟଗଡ଼ା ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ଓ ପବନ ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

ସେହିପରି ୨୬ ତାରିଖରୁ ରାଜ୍ୟରେ ପାଗ ବଦଳିବା ନେଇ ମଧ୍ୟ ସମ୍ଭାବନା ରହିଛି। ୨୬ ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ପବନ ହେବା ନେଇ ଆକଳନ କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୬ ଓ ୨୭ ତାରିଖରେ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?