୧୩ ବର୍ଷର ରେକର୍ଡ ଭାଙ୍ଗିଲା ଶିମିଳିପାଳ, ପାରଦ -୧ ଡିଗ୍ରୀ

ବାରିପଦା,୯।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ) : ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଶୁକ୍ରବାର ତାପମାତ୍ରା ହ୍ରାସ ପାଇ ମାଇନାସ ୧ ଡିଗ୍ରୀରେ ପହଞ୍ଚିଛି । ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଉପରବାରହାକାମୁଡାରେ ତାପାମାତ୍ରା ଶୂନ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୨୪ ଘଣ୍ଟାରେ ତାପାମାତ୍ରା ମାଇନାସ ୧ ଡିଗ୍ରୀରେ ରହିଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ପ୍ରଦାନ କରିଛନ୍ତି । ଫଳରେ ଶିମିଳିପାଳ ସଂଲଗ୍ନ ଜନବସତି ସମେତ ଜିଲାବ୍ୟାପି ଶୀତର ଜାଡ ଅସମ୍ଭାଳ କରିଦେଇଛି । ଶୀତ କଷ୍ଟକୁ ଲାଘବ କରିବା ପାଇଁ ଲୋକେ ଗରମ ପୋଷାକ ଘୋଡାଇ ରହିବା ସହ ନିଆଁ ଜାଳି ଶୀତକଷ୍ଟକୁ ଲାଘବ କରୁଛନ୍ତି ।

ଜିଲାରେ ପ୍ରଦୂଷିତ ବାୟୁ ଏବଂ ଜଳବାୟୁ ପରିବର୍ତ୍ତନର ପ୍ରଭାବ ବର୍ଷତମାମ ଦେଖିବାକୁ ମିଳିଛି । ଖରାଦିନେ ଉତପ୍ତ ସହର ଭାବେ ବାରିପଦା ରେକର୍ଡ କରିଥିବା ବେଳେ ଚଳିତ ବର୍ଷ ୬ମାସ ଧରି ଅନବରତ ବର୍ଷା ଲାଗିରହିଥିଲା । ଏପରିକି ଶୀତ ଦିନେ ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରହୁଥିବା ବେଳେ ତାପମାତ୍ରା କ୍ରମଶଃ ହ୍ରାସ ପାଇ ମାଇନାସରେ ପହଞ୍ଚିଛି । ସେହିପରି ଶିମିଳିପାଳ ଅଭୟାରଣ୍ୟର ଚହଲା ଓ ଗୁଡୁଗୁଡିଆରେ ୨ଡିଗ୍ରୀ, ବରେହିପାଣିରେ ୫ଡିଗ୍ରୀ, ରାମତୀର୍ଥ ଓ ସାତକୋଶିଆରେ ୯ଡିଗ୍ରୀ ଏବଂ କିଆଝରୀରେ ୧୦ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଜିଲାର ୨୬ଟି ବ୍ଲକ ମଧ୍ୟରୁ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ଡିଗ୍ରୀ ପାଖାପାଖି ରହୁଛି । ଅବାଧ ଗଛକଟା ଓ ଖଣିଖନନ ଯୋଗୁଁ ଏହାର ପ୍ରଭାବ ଜିଲାବାସୀଙ୍କ ଉପରେ ପଡୁଛି । ଯାହାକୁ ନେଇ ଶୀତ ଦିନେ ପ୍ରବଳ ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

ତେବେ ୨୦୧୪ରୁ ଶିମିଳିପାଳରେ ଶିମିଳିପାଳରେ ୧୩ବର୍ଷ ମଧ୍ୟରେ ତାପମାତ୍ରା ମାଇନାସକୁ ଆସିନଥିବା ବେଳେ ଚଳିତ ବର୍ଷ ପାରଦ କମିଥିବାରୁ ଉପରବାରହାକାମୁଡା ଅଂଚଳରେ ତୁହିନର ଆସ୍ତରଣ ପଡିଛି । ତାପମାତ୍ରା ରେକର୍ଡ କରାଯାଉଥିବା ବେଳେ ଅଦ୍ୟାବଧି ମାଇନାସ ତାପମାତ୍ରା ରେକର୍ଡ ହୋଇନଥିବା ନେଇ ଗୋଗିନେନୀ ଜଣାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri