ଶିମିଳିପାଳରେ ତାପମାତ୍ରା ଶୂନ ଡିଗ୍ରୀ

ବାରିପଦା,୧୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାସକ ପରେ ପୁଣି ଫେରିଛି ହାଡ଼ଭଙ୍ଗା ଶୀତ। ଦିନ ତମାମ କୁହୁଡିଆ ପାଗ ସାଙ୍ଗକୁ ସୁଲୁସୁଲିଆ ପବନରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଶିମିଳିପାଳରେ ସର୍ବନିମ୍ନ ତାପମାତ୍ରା ଶୂନ ଡିଗ୍ରୀ ସେଲସିୟସ ହୋଇଛି। ଫଳରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଅଭୟାରଣ୍ୟର ଉପର ବାର୍‌ହାକାମୁଡ଼ା ରେଞ୍ଜରେ ଶୂନ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଚହଲା, ନଅଁଣା, ବରେହିପାଣି, କାଇଝରୀ, ରାମତୀର୍ଥ ଓ ଗୁଡଗୁଡ଼ିଆ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପ ନିର୍ଦ୍ଦେଶକ ସାଇ କିରଣ ପ୍ରକାଶ କରିଛନ୍ତି ା
ଗତ ୨୪ଘଣ୍ଟା ମଧ୍ୟରେ ଜିଲାରେ ସର୍ବନିମ୍ନ  ତାପମାତ୍ରା ୧୨ଡିଗ୍ରୀ ତଳେ ରହିଥିବା ବେଳେ ଶିମିଳିପାଳରେ ଶୂନ ଡିଗ୍ରୀ ସେଲସିୟସ ରହିଛି ା ବନ ବିଭାଗର ସ୍ବତନ୍ତ୍ର ତାପମାତ୍ରା ମାପ ଯନ୍ତ୍ରରେ ରେକର୍ଡ ହୋଇଥିବା ତଥ୍ୟ ଅନୁଯାୟୀ ମଙ୍ଗଳବାର ସକାଳ ୬ଟାରେ ଶିମିଳିପାଳ ଅଭୟାରଣ୍ୟର ରାମତୀର୍ଥଠାରେ ୧୩ ଡିଗ୍ରୀ, ଗୁଡଗୁଡ଼ିଆରେ ୧୧, କାଇଝରୀରେ ୧୨, ବରେହିପାଣିରେ ୧୧, ଚହଲାରେ ୫, ନଅଁଣାରେ ୯ ଓ ଉପର ବାର୍‌ହାକାମୁଡ଼ାରେ ଶୂନ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ତେବେ ଜିଲାର ୬ଟି ବ୍ଲକରେ ଶୀତର ଲହରୀ ସାଙ୍ଗକୁ କୁହୁଡ଼ିଆ ପାଗ ଲାଗିରହିଛି। ମକର ମେଳାରେ ବିଶେଷ ଭିଡ଼ ପରିଲ୍ଲକ୍ଷିତ ହେଉ ନ ଥିବା ଦେଖିବାକୁ ମିଳିଛି। ଶୀତ ପାଇଁ ଦିନ ତମାମ ଗଁାରୁ ସହର ପର୍ଯ୍ୟନ୍ତ ଚଳପ୍ରଚଳ କମ ଦେଖିବାକୁ ମିଳିଛି। ଅତ୍ୟଧିକ ଶୀତ ଯୋଗୁ ବୃଦ୍ଧାବୃଦ୍ଧ, ଶିଶୁ, ଗୃହପାଳିତ ପଶୁପକ୍ଷୀ ତଥା ବନ୍ୟଜନ୍ତୁ କଷ୍ଟ ଭୋଗୁଛନ୍ତି। ସନ୍ଧ୍ୟାରେ ଗଁାଗଣ୍ଡା  ଶୂନଶାନ ହୋଇଯାଉଛି ା ଗ୍ରାମାଞ୍ଚଳର ଲୋକେ ନିଅଁା ଜାଳି ଶୀତ କଷ୍ଟକୁ ଲାଘବ କରୁଛନ୍ତି। ରାତି ୮ଟା ପରେ ସହର ବଜାର ଜନଶୂନ୍ୟ ହୋଇପଡୁଛି। ଦିନ ତମାମ ଶୀତ ବସ୍ତ୍ର ପିନ୍ଧି ଲୋକେ ଚଳପ୍ରଚଳ କରୁଛନ୍ତି। ସକାଳେ କୁହୁଡି ପାଇଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେଉଥିବା ଦେଖିବାକୁ ମିଳୁଛି।

Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri