୧୪ରୁ ଅସହ୍ୟ ଗୁଳୁଗୁଳି, ୧୭ରୁ ଅସମ୍ଭାଳ ତାତି

ଭୁବନେଶ୍ୱର, ୧୩ା୪ (ଅସମାପିକା ସାହୁ): ରାଜ୍ୟରେ ପୁଣି ଗରମ ଓ ଗୁଳୁଗୁଳି ଲେଉଟିଛି। ଶୁକ୍ରବାର ପାରଳାଖେମୁଣ୍ଡିରେ ସର୍ବାଧିକ ୩୭.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୩୬.୨ ଓ ଜଗତ୍‌ସିଂହପୁରରେ ୩୬ ଡିଗ୍ରୀ ରହିଥିଲା। ବୌଦ୍ଧ ଓ ରାୟଗଡ଼ାର କିଛି ସ୍ଥାନରେ ବର୍ଷା ହୋଇଥିଲେ ମଧ୍ୟ ଶନିବାରଠାରୁ ତାତି ଆହୁରି ବଢ଼ିବା ସମ୍ଭାବନା ରହିଛି। ତେବେ ୧୪ରୁ ଅସହ୍ୟ ତାତି ଅନୁଭୂତ ହେବ। ଦିନ ତାପମାତ୍ରାରେ ୬ରୁ ୮ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୨୪ ଘଣ୍ଟାରେ ଦିନ ତାପମାତ୍ରରେ ସେଭଳି କୌଣସି ବଡ଼ ପରିବର୍ତ୍ତନ ହେବାର ନାହିଁ। କିନ୍ତୁ ୧୪ରେ କଟକ, ନୟାଗଡ଼, ବୌଦ୍ଧ, ଅନୁଗୋଳ ଓ ଖୋର୍ଦ୍ଧାରେ ଉଷ୍ଣ ଏବଂ ଆର୍ଦ୍ର ପାଣିପାଗ ରହିବା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଫଳରେ ଗୁରୁଗୁଳି ଅସହ୍ୟ ହେବ। ସେହିଭଳି ୧୫ ଓ ୧୬ରେ ବିଭିନ୍ନ ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବିଶେଷକରି ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ପଡ଼ିବ। ୧୫ରେ କଟକ, ନୟାଗଡ଼, ମାଲକାନଗିରି, କୋରାପୁଟ, ଅନୁଗୋଳ ଏବଂ ଢେଙ୍କାନାଳ ଓ ୧୬ରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, ବୌଦ୍ଧ, କଟକ, କନ୍ଧମାଳ, କୋରାପୁଟ, ମାଲକାନଗିରି, ବାଲେଶ୍ୱର ଏବଂ ଭଦ୍ରକରେ ଗ୍ରୀଷ୍ମ ପ୍ରବାହ ସାଧାରଣ ଜନଜୀବନକୁ ପ୍ରଭାବିତ କରିବ। ତେବେ ଆଗାମୀ ୧୭ରୁ ୨୦ ତାରିଖ ଯାଏ ସାଂଘାତିକ ସ୍ଥିତି ରହିବ। ଏହି ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ବଢ଼ିବ। ୪୩ରୁ ୪୫ ଡିଗ୍ରୀ ତାପମାତ୍ରା ଛୁଇଁବ। ଅସହ୍ୟ ପାଣିପାଗ ସ୍ଥିତି ସୃଷ୍ଟି ହେବ। ଏହା ଶରୀର ପାଇଁ ଘାତକ ହୋଇପାରେ। ତେଣୁ ଏଥିପ୍ରତି ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri