ଅସହ୍ୟ ହେଲାଣି ତାତି, ୪୦ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ପ୍ରଚଣ୍ଡ ତାତିରେ ସାରା ଓଡ଼ିଶା ସିଝୁଛି। ଚାରିଆଡ଼େ ସତେଯେମିତି ନିଆଁ ବର୍ଷୁଛି। ଟାଇଁ ଟାଇଁ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗତ କିଛିଦିନ ପଶ୍ଚିମାଝଡ଼ଜନିତ ବର୍ଷା ଆଶ୍ୱସ୍ତି ଦେଇଥିଲା। ମାତ୍ର ଦୁଇଦିନ ହେବ ସମଗ୍ର ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଆରମ୍ଭ ହୋଇଛି। ପାରଦ ଦୁଇଦିନରେ ୫ରୁ ୬ ଡିଗ୍ରୀ ସେଲ୍‌ସିୟସ ଉପରୁ ଉଠିଯାଇଛି।
ସକାଳ ୮ରୁ ଆରମ୍ଭ ହୋଇଯାଉଛି ଗ୍ରୀଷ୍ମର ପ୍ରକୋପ। ସୋମବାର ସକାଳ ସାଢ଼େ ୮ଟାରେ ରାଜଧାନୀ ଭୁବନେଶ୍ୱରର ତାପମାତ୍ର ୩୧ ଡିଗ୍ରୀ ସେଲ୍‌ସିୟସ ଛୁଇଁଥିଲା ବେଳେ ଦିନ ୧୧ଟା ସୁଦ୍ଧା ତାପମାତ୍ରା ୬ ଡିଗ୍ରୀ ବଢ଼ି ୩୭.୨ରେ ପହଞ୍ଚତ୍ ଯାଇଥିଲା। ଅପରାହ୍ନ ୩ଟା ସୁଦ୍ଧା ସହରର ତାପମାତ୍ରା ୩୯.୭ ଡିଗ୍ରୀ ହୋଇଥିଲା। ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ପାରଦ ଉପରମୁହଁା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ

ବାରିପଦାରେ ୪୦, ଭୁବନେଶ୍ୱର, ଚାନ୍ଦବାଲି, ଅନୁଗୋଳ, ସମ୍ବଲପୁରରେ ୩୯.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ବୌଦ୍ଧ ଓ ମାଲକାନଗିରିରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୯.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ସୋନପୁରରେ ୩୯.୨, କଟକ ୩୯.୧, ଭଦ୍ରକ, ଟିଟିଲାଗଡ଼, ଜଗତ୍‌ସିଂହପୁରରେ ୩୯, ହୀରାକୁଦ ୩୮.୪, ତାଳଚେର ୩୮.୬, ଭବାନୀପାଟଣା ୩୮.୫ ଏବଂ ରାଉରକେଲାରେ ସର୍ବୋଚ୍ଚ ତାପମାତ୍ରା ୩୮.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୧୪ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ। ପାରଦ ଉପରମୁହଁା ରହିବା ସହ ଦିନର ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀକୁ ପାର କରିଯିବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଗତ କିଛିଦିନ ହେବ ରାଜ୍ୟକୁ ସମୁଦ୍ରପଟୁ ପ୍ରବାହିତ ହେଉଥିବା ଜଳୀୟ ବାଷ୍ପପୂର୍ଣ୍ଣ ବାୟୁପ୍ରବାହ ବନ୍ଦ ହୋଇ ଯାଇଛି। ଅନ୍ୟପକ୍ଷରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରୁ ଗରମ ପବନ ରାଜ୍ୟକୁ ପ୍ରବେଶ କରୁଛି। ଏହି ସମୟ ମଧ୍ୟରେ କାଳବୈଶାଖୀର ପ୍ରଭାବ ରହିବ ନାହିଁ।ି ସୂର୍ଯ୍ୟଙ୍କ ପ୍ରଚଣ୍ଡ କିରଣ ସାଙ୍ଗକୁ ଗରମ ବାୟୁପ୍ରବାହ ପରିବେଶକୁ ଆହୁରି ଉତ୍ତପ୍ତ କରିବ। ଶୁଷ୍କ-ଗରମ ବାୟୁ ପ୍ରଭାବରେ ଆଭ୍ୟନ୍ତରୀଣ, ଉପକୂଳ, ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କେତେକ ଜିଲାରେ ତାପମାତ୍ରା ବୃଦ୍ଧି ପାଇବ। ଏହି ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri