ଅସହ୍ୟ ହେଲାଣି ତାତି, ୪୦ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ପ୍ରଚଣ୍ଡ ତାତିରେ ସାରା ଓଡ଼ିଶା ସିଝୁଛି। ଚାରିଆଡ଼େ ସତେଯେମିତି ନିଆଁ ବର୍ଷୁଛି। ଟାଇଁ ଟାଇଁ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗତ କିଛିଦିନ ପଶ୍ଚିମାଝଡ଼ଜନିତ ବର୍ଷା ଆଶ୍ୱସ୍ତି ଦେଇଥିଲା। ମାତ୍ର ଦୁଇଦିନ ହେବ ସମଗ୍ର ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଆରମ୍ଭ ହୋଇଛି। ପାରଦ ଦୁଇଦିନରେ ୫ରୁ ୬ ଡିଗ୍ରୀ ସେଲ୍‌ସିୟସ ଉପରୁ ଉଠିଯାଇଛି।
ସକାଳ ୮ରୁ ଆରମ୍ଭ ହୋଇଯାଉଛି ଗ୍ରୀଷ୍ମର ପ୍ରକୋପ। ସୋମବାର ସକାଳ ସାଢ଼େ ୮ଟାରେ ରାଜଧାନୀ ଭୁବନେଶ୍ୱରର ତାପମାତ୍ର ୩୧ ଡିଗ୍ରୀ ସେଲ୍‌ସିୟସ ଛୁଇଁଥିଲା ବେଳେ ଦିନ ୧୧ଟା ସୁଦ୍ଧା ତାପମାତ୍ରା ୬ ଡିଗ୍ରୀ ବଢ଼ି ୩୭.୨ରେ ପହଞ୍ଚତ୍ ଯାଇଥିଲା। ଅପରାହ୍ନ ୩ଟା ସୁଦ୍ଧା ସହରର ତାପମାତ୍ରା ୩୯.୭ ଡିଗ୍ରୀ ହୋଇଥିଲା। ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ପାରଦ ଉପରମୁହଁା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ

ବାରିପଦାରେ ୪୦, ଭୁବନେଶ୍ୱର, ଚାନ୍ଦବାଲି, ଅନୁଗୋଳ, ସମ୍ବଲପୁରରେ ୩୯.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ବୌଦ୍ଧ ଓ ମାଲକାନଗିରିରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୯.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ସୋନପୁରରେ ୩୯.୨, କଟକ ୩୯.୧, ଭଦ୍ରକ, ଟିଟିଲାଗଡ଼, ଜଗତ୍‌ସିଂହପୁରରେ ୩୯, ହୀରାକୁଦ ୩୮.୪, ତାଳଚେର ୩୮.୬, ଭବାନୀପାଟଣା ୩୮.୫ ଏବଂ ରାଉରକେଲାରେ ସର୍ବୋଚ୍ଚ ତାପମାତ୍ରା ୩୮.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୧୪ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ। ପାରଦ ଉପରମୁହଁା ରହିବା ସହ ଦିନର ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀକୁ ପାର କରିଯିବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଗତ କିଛିଦିନ ହେବ ରାଜ୍ୟକୁ ସମୁଦ୍ରପଟୁ ପ୍ରବାହିତ ହେଉଥିବା ଜଳୀୟ ବାଷ୍ପପୂର୍ଣ୍ଣ ବାୟୁପ୍ରବାହ ବନ୍ଦ ହୋଇ ଯାଇଛି। ଅନ୍ୟପକ୍ଷରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରୁ ଗରମ ପବନ ରାଜ୍ୟକୁ ପ୍ରବେଶ କରୁଛି। ଏହି ସମୟ ମଧ୍ୟରେ କାଳବୈଶାଖୀର ପ୍ରଭାବ ରହିବ ନାହିଁ।ି ସୂର୍ଯ୍ୟଙ୍କ ପ୍ରଚଣ୍ଡ କିରଣ ସାଙ୍ଗକୁ ଗରମ ବାୟୁପ୍ରବାହ ପରିବେଶକୁ ଆହୁରି ଉତ୍ତପ୍ତ କରିବ। ଶୁଷ୍କ-ଗରମ ବାୟୁ ପ୍ରଭାବରେ ଆଭ୍ୟନ୍ତରୀଣ, ଉପକୂଳ, ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କେତେକ ଜିଲାରେ ତାପମାତ୍ରା ବୃଦ୍ଧି ପାଇବ। ଏହି ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri