କଲବଲ କରୁଛି ଗୁଳୁଗୁଳି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ତାତି ନାହିଁ। ଗୁଳୁଗୁଳି କରୁଛି ଅଣନିଃଶ୍ୱାସୀ। ଘରେ କିମ୍ବା ବାହାରେ ତ୍ରାହି ନାହିଁ। ପଙ୍ଖା କାମ ଦେଉନି। ଦେହରୁ ଗମଗମ ଝାଳ ବୋହିବା ସହ ଅସ୍ବସ୍ତିକର ପରିବେଶ ସୃଷ୍ଟି ହୋଇଛି। ଗାଁରୁ ସହର ସବୁଠି ଗରମ ଓ ଗୁଳୁଗୁଳିରେ ଲୋକେ କଲବଲ ହେଉଛନ୍ତି। ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୬ରୁ ୩୮ ଡିଗ୍ରୀ ସେଲ୍‌ସିୟସ ରହୁଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଅସହ୍ୟ ହେଉଛି। ବାୟୁମଣ୍ଡଳରେ ଆର୍ଦ୍ରତା ବଢ଼ିବା ସାଙ୍ଗକୁ ଆକାଶ ମେଘାଚ୍ଛନ୍ନ ରହୁଛି। ଫଳରେ ସୂର୍ଯ୍ୟଙ୍କ କିରଣ ବିକିରଣ ହୋଇ ନ ପାରିବାରୁ ଗୁଳୁଗୁଳି ବଢ଼ିଯାଉଛି। ଏଭଳି ପାଗ ଆସନ୍ତା ୧୫ ତାରିଖ ଯାଏ ଜାରିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଗ୍ରୀଷ୍ମର ପ୍ରକୋପ ଜାରି ରହିଥିବା ବେଳେ ଏହା ଆହୁରି ବଢ଼ିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ସୋନପୁର, ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଶୁକ୍ରବାର ଉତ୍ତର-ପୂର୍ବ ବଙ୍ଗୋପସାଗର ମ୍ୟାନ୍‌ମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ। ଏହା ବାଂଲାଦେଶ ଓ ମ୍ୟାନ୍‌ମାର ଉପକୂଳ ଦେଇ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଇଛି। ଆସନ୍ତା ୧୭ କିମ୍ବା ୧୮ ତାରିଖରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ ବୋଲି ଅନୁମାନ କରାଯାଉଛି।
ଉପକୂଳରେ ତାତି କମ୍‌ ରହିଥିଲେ ମଧ୍ୟ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୫ ଦିନ ଯାଏ ହିଟ୍‌ଓ୍ବେଭ ଜାରିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ପାରଦ ୪୫ ଡିଗ୍ରୀ ଅତିକ୍ରମ କରିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଝାରସୁଗୁଡ଼ାରେ ସର୍ବାଧିକ ୪୫.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୫.୨, ହୀରାକୁଦ ୪୪.୭, ବଲାଙ୍ଗୀର ୪୪, ସୋନପୁର ୪୪.୮, ବୌଦ୍ଧ ୪୪.୬, ସୁନ୍ଦରଗଡ଼ ୪୩.୮, ତାଳଚେର ୪୩.୨, ଭବାନୀପାଟଣା ୪୩.୬, ଟିଟିଲାଗଡ଼ ୪୩.୫, ଅନୁଗୋଳ ୪୨.୭, ବାରିପଦା ୪୨.୬ ଏବଂ କେନ୍ଦୁଝରରେ ସର୍ବାଧିକ ତାପମାତ୍ରା ୪୧.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?