ଫେବୃୟାରୀ ୧୫ରୁ ଅସମ୍ଭାଳ ହେବ ତାତି

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଚଳିତ ବର୍ଷ ଶୀତର ପ୍ରକୋପ ନାହିଁ। ଜାନୁୟାରୀ ପ୍ରଥମ ସପ୍ତାହରେ ୨/୪ ଦିନ ରାଜ୍ୟରେ ଥଣ୍ଡାର ପ୍ରକୋପ ଦେଖା ଦେଇଥିବା ବେଳେ ଶୀତ ଏକପ୍ରକାର ଗାଏବ ହୋଇଯାଇଛି। ଜାନୁୟାରୀରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲ୍‌ସିୟସକୁ ଟପିଗଲାଣି। ଆସନ୍ତା ଫେବୃୟାରୀ ୧୫ରୁ ରାଜ୍ୟରେ ଅସହ୍ୟ ତାତିର ପ୍ରକୋପ ସହ୍ୟ କରିବାକୁ ପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞ ସତର୍କ କଲେଣି।
ରାଜ୍ୟରେ ତାତି ବଢ଼ିବା ଆରମ୍ଭ ହୋଇଛି। ଗତ କିଛିଦିନ ହେବ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ବଢ଼ିଲାଣି। ଫେବୃୟାରୀ ଦ୍ୱିତୀୟ ସପ୍ତାହରୁ ପାରଦ ଉପରମୁହାଁ ହେବ। ଚଳିତ ମାସ ଶେଷ ଯାଏ ପାଗରେ କୌଣସି ପରିବର୍ତ୍ତନର ସୂଚନା ନାହିଁ। ନିକଟରେ ମଧ୍ୟ ବର୍ଷାର ଆକାର ଦେଖାଯାଉ ନାହିଁ। ଗତ ନଭେମ୍ବରରୁ ଏ ପର୍ଯ୍ୟନ୍ତ ରାଜ୍ୟରେ ଟୋପାଏ ବର୍ଷା ନାହିଁ। ବର୍ଷା ନ ଥିବାରୁ ଚଳିତ ବର୍ଷ ତାତି ଫେବୃୟାରୀରୁ ୩/୪ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ମଙ୍ଗଳବାର ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୩୩.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୮.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହିତ ରାତ୍ରିରେ ହାଲୁକା ଶୀତ ଅନୁଭୂତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri