ଅସହ୍ୟ ହେବ ତାତି

ନୂଆଦିଲ୍ଲୀ / ଭୁବନେଶ୍ୱର,୨।୩(ଅନିଲ ଦାସ): ଚଳିତ ବର୍ଷ ତାତି କଲବଲ କରିବ। ପାରଦ ଉପରମୁହଁା ହେବ। ଗ୍ରୀଷ୍ମଲହର (ହିଟ୍‌ଓ୍ବେଭ) ଅଧିକାଂଶ ସମୟରେ ଜାରି ରହିବ। ଉପାନ୍ତରୁ ଉପକୂଳ ସବୁଠି ତାତି ଆଚ୍ଛନ୍ନକରି ରଖିବ। ଫେବୃୟାରୀ ଶେଷ ସପ୍ତାହରୁ ଏହା ଜଳ ଜଳ ହୋଇ ଦିଶିଲାଣି। ସକାଳ ହେବା ମାତ୍ରେ ଖରା ମାଡ଼ିଆସୁଛି। ଅପରାହ୍ନ ଯାଏ ଗ୍ରୀଷ୍ମର ପ୍ରକୋପ ଜାରି ରହୁଛି। ଫେବୃୟାରୀରେ ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକ ଭାବେ ୩୫ ଡିଗ୍ରୀ ମଧ୍ୟରେ ରହିଥାଏ। ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ଫେବୃୟାରୀ ୨୮ରେ ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୬.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ମାର୍ଚ୍ଚ ଆରମ୍ଭରୁ ଗ୍ରୀଷ୍ମର ପ୍ରକୋପ ଆହୁରି ବଢ଼ିଯାଇଛି। ଶୁକ୍ରବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ରେକର୍ଡ ଅନୁଯାୟୀ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଆସନ୍ତା ୬ ତାରିଖ ଯାଏ ପାଗରେ ବିଶେଷ କିଛି ପରିବର୍ତ୍ତନର ସୂଚନା ନାହିଁ। ମାର୍ଚ୍ଚ ୭ରୁ ପାରଦ ଉପରମୁହଁା ହେବା ସହ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ନିକଟତର ହେବ। ଆସନ୍ତା ୧୫ ତାରିଖରୁ ଆହୁରି ଅସହ୍ୟ ହେବ ତାତି। ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀକୁ ଛୁଇଁବ ବୋଲି ପୂର୍ବାନୁମାନ କରାଯାଉଛି। ଏପ୍ରିଲ ଓ ମେ’ ମାସରେ ପ୍ରଚଣ୍ଡ ଗ୍ରୀଷ୍ମ ସମଗ୍ର ରାଜ୍ୟକୁ ଉତ୍ତପ୍ତ କରି ରଖିବ। ଏହି ୨ ମାସରେ ତାପମାତ୍ରା ୪୦ରୁ ୪୫ ଡିଗ୍ରୀକୁ ଛୁଇଁବା ସମ୍ଭାବନା ରହିଛି । କେତେକ ସ୍ଥାନରେ ଏହା ଉପରକୁ ଯାଇପାରେ ବୋଲି ପାଣିପାଗ ବିଶାରଦ ଅନୁମାନ କଲେଣି।
ଏଲ୍‌ ନିନୋ ଦୁର୍ବଳ ଅବସ୍ଥାକୁ ଆସିଥିଲେ ମଧ୍ୟ ମେ’ ପର୍ଯ୍ୟନ୍ତ ଏହାର ପ୍ରଭାବ ଜାରିରହିବା ନେଇ ଆଶା କରାଯାଉଛି। ଏଥିଯୋଗୁ ଚଳିତ ବର୍ଷ ଗ୍ରୀଷ୍ମ ଋତୁ ଆରମ୍ଭରୁ ତାତି ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ଗ୍ରୀଷ୍ମଲହର ଅନୁଭୂତ ହେବ । ଏଥିସହିତ ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳ, କର୍ନାଟକ ଏବଂ ମହାରାଷ୍ଟ୍ରର କେତେକ ଭାଗରେ ସ୍ବାଭାବିକଠାରୁ ଅଧିକ ଗ୍ରୀଷ୍ମଲହର ଅନୁଭୂତ ହେବ ବୋଲି କୁହାଯାଇଛି। ମାର୍ଚ୍ଚରୁ ମେ’ ମଧ୍ୟରେ ଭାରତର ବିଭିନ୍ନ ଅଞ୍ଚଳରେ ଉଭୟ ସର୍ବୋଚ୍ଚ ଓ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ତେବେ ଉତ୍ତର ଏବଂ କେନ୍ଦ୍ରୀୟ ଭାରତରେ ମାର୍ଚ୍ଚରେ ଗ୍ରୀଷ୍ମଲହର ସ୍ଥିତି ରହିବ ନାହିଁ ବୋଲି ସେ କହିଛନ୍ତି। ଏଲ୍‌ ନିନୋ ସ୍ଥିତି(କେନ୍ଦ୍ରୀୟ ପ୍ରଶାନ୍ତ ମହାସାଗର ଅଞ୍ଚଳର ଜଳରାଶିର ସାମୟିକ ଉଷ୍ମତା) ଗ୍ରୀଷ୍ମଋତୁ ସାରା ଜାରି ରହିବା ପରେ ନିଷ୍କ୍ରିୟ ହୋଇଯିବ। ମୌସୁମୀ ଋତୁର ଦ୍ୱିତୀୟ ଭାଗରେ ଲା ନିନା ସ୍ଥିତି ଅନୁଭୂତ ହେବାକୁ ଥିବାରୁ ଭାରତରେ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri