ଅସହ୍ୟ ହେବ ତାତି

ନୂଆଦିଲ୍ଲୀ / ଭୁବନେଶ୍ୱର,୨।୩(ଅନିଲ ଦାସ): ଚଳିତ ବର୍ଷ ତାତି କଲବଲ କରିବ। ପାରଦ ଉପରମୁହଁା ହେବ। ଗ୍ରୀଷ୍ମଲହର (ହିଟ୍‌ଓ୍ବେଭ) ଅଧିକାଂଶ ସମୟରେ ଜାରି ରହିବ। ଉପାନ୍ତରୁ ଉପକୂଳ ସବୁଠି ତାତି ଆଚ୍ଛନ୍ନକରି ରଖିବ। ଫେବୃୟାରୀ ଶେଷ ସପ୍ତାହରୁ ଏହା ଜଳ ଜଳ ହୋଇ ଦିଶିଲାଣି। ସକାଳ ହେବା ମାତ୍ରେ ଖରା ମାଡ଼ିଆସୁଛି। ଅପରାହ୍ନ ଯାଏ ଗ୍ରୀଷ୍ମର ପ୍ରକୋପ ଜାରି ରହୁଛି। ଫେବୃୟାରୀରେ ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକ ଭାବେ ୩୫ ଡିଗ୍ରୀ ମଧ୍ୟରେ ରହିଥାଏ। ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ଫେବୃୟାରୀ ୨୮ରେ ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୬.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ମାର୍ଚ୍ଚ ଆରମ୍ଭରୁ ଗ୍ରୀଷ୍ମର ପ୍ରକୋପ ଆହୁରି ବଢ଼ିଯାଇଛି। ଶୁକ୍ରବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ରେକର୍ଡ ଅନୁଯାୟୀ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଆସନ୍ତା ୬ ତାରିଖ ଯାଏ ପାଗରେ ବିଶେଷ କିଛି ପରିବର୍ତ୍ତନର ସୂଚନା ନାହିଁ। ମାର୍ଚ୍ଚ ୭ରୁ ପାରଦ ଉପରମୁହଁା ହେବା ସହ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ନିକଟତର ହେବ। ଆସନ୍ତା ୧୫ ତାରିଖରୁ ଆହୁରି ଅସହ୍ୟ ହେବ ତାତି। ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀକୁ ଛୁଇଁବ ବୋଲି ପୂର୍ବାନୁମାନ କରାଯାଉଛି। ଏପ୍ରିଲ ଓ ମେ’ ମାସରେ ପ୍ରଚଣ୍ଡ ଗ୍ରୀଷ୍ମ ସମଗ୍ର ରାଜ୍ୟକୁ ଉତ୍ତପ୍ତ କରି ରଖିବ। ଏହି ୨ ମାସରେ ତାପମାତ୍ରା ୪୦ରୁ ୪୫ ଡିଗ୍ରୀକୁ ଛୁଇଁବା ସମ୍ଭାବନା ରହିଛି । କେତେକ ସ୍ଥାନରେ ଏହା ଉପରକୁ ଯାଇପାରେ ବୋଲି ପାଣିପାଗ ବିଶାରଦ ଅନୁମାନ କଲେଣି।
ଏଲ୍‌ ନିନୋ ଦୁର୍ବଳ ଅବସ୍ଥାକୁ ଆସିଥିଲେ ମଧ୍ୟ ମେ’ ପର୍ଯ୍ୟନ୍ତ ଏହାର ପ୍ରଭାବ ଜାରିରହିବା ନେଇ ଆଶା କରାଯାଉଛି। ଏଥିଯୋଗୁ ଚଳିତ ବର୍ଷ ଗ୍ରୀଷ୍ମ ଋତୁ ଆରମ୍ଭରୁ ତାତି ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ଗ୍ରୀଷ୍ମଲହର ଅନୁଭୂତ ହେବ । ଏଥିସହିତ ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳ, କର୍ନାଟକ ଏବଂ ମହାରାଷ୍ଟ୍ରର କେତେକ ଭାଗରେ ସ୍ବାଭାବିକଠାରୁ ଅଧିକ ଗ୍ରୀଷ୍ମଲହର ଅନୁଭୂତ ହେବ ବୋଲି କୁହାଯାଇଛି। ମାର୍ଚ୍ଚରୁ ମେ’ ମଧ୍ୟରେ ଭାରତର ବିଭିନ୍ନ ଅଞ୍ଚଳରେ ଉଭୟ ସର୍ବୋଚ୍ଚ ଓ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ତେବେ ଉତ୍ତର ଏବଂ କେନ୍ଦ୍ରୀୟ ଭାରତରେ ମାର୍ଚ୍ଚରେ ଗ୍ରୀଷ୍ମଲହର ସ୍ଥିତି ରହିବ ନାହିଁ ବୋଲି ସେ କହିଛନ୍ତି। ଏଲ୍‌ ନିନୋ ସ୍ଥିତି(କେନ୍ଦ୍ରୀୟ ପ୍ରଶାନ୍ତ ମହାସାଗର ଅଞ୍ଚଳର ଜଳରାଶିର ସାମୟିକ ଉଷ୍ମତା) ଗ୍ରୀଷ୍ମଋତୁ ସାରା ଜାରି ରହିବା ପରେ ନିଷ୍କ୍ରିୟ ହୋଇଯିବ। ମୌସୁମୀ ଋତୁର ଦ୍ୱିତୀୟ ଭାଗରେ ଲା ନିନା ସ୍ଥିତି ଅନୁଭୂତ ହେବାକୁ ଥିବାରୁ ଭାରତରେ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri