ଦୁର୍ବଳ ମୌସୁମୀ ଯୋଗୁ ବଢୁଛି ତାପମାତ୍ରା

ଭୁବନେଶ୍ୱର, ୩-ା୮(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ବଢ଼ି ଚାଲିଛି। ବର୍ଷା ଋତୁରେ ଗ୍ରୀଷ୍ମର ଅନୁଭବ ହେଉଛି। ମଝିରେ ମଝିରେ କେଉଁଠି କେମିତି ବର୍ଷା ହେଉଥିଲେ ମଧ୍ୟ ତାତି ଓ ଗୁଳୁଗୁଳି ଜନଜୀବନକୁ ପ୍ରଭାବିତ କରୁଛି। ସୋମବାର ରାଜ୍ୟର ୬ ସ୍ଥାନରେ ୩୫ ଡିଗ୍ରୀ ଉପରେ ପାରଦ ରହିଥିଲା। ଚାନ୍ଦବାଲିରେ ସର୍ବାଧିକ ୩୫.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ବୌଦ୍ଧ ୩୫.୫, ସମ୍ବଲପୁର ୩୫.୪, ଭବାନିପାଟଣା ୩୫.୨, ଅନୁଗୋଳ ୩୫.୧ ଓ କଟକ ୩୫ ଡିଗ୍ରୀ ରହିଥିଲା। ସେହିପରି ଭୁବନେଶ୍ୱରରେ ୩୪.୫, ଟିଟିଲାଗଡ଼ ୩୪.୨, ମାଲକାନଗିରି ୩୪.୫, ସୋନପୁର ୩୪.୨, ନୟାଗଡ଼ ୩୪, ଭଦ୍ରକ ୩୪, ଯାଜପୁର ୩୪, ଢେଙ୍କାନାଳ ୩୪ ଓ ବରଗଡ଼ରେ ୩୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଦୁର୍ବଳ ମୌସୁମୀ ଯୋଗୁ ଦିନର ତାପମାତ୍ରାରେ ବୃଦ୍ଧି ପାଉଛି। ଉଚ୍ଚ ତାପମାତ୍ରା ଓ ଆର୍ଦ୍ରତା ପ୍ରଭାବରେ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଅନୁଭୂତ ହେଉଛି।
ଅନ୍ୟପକ୍ଷରେ ରାଜ୍ୟରେ ଆଉ ୪ରୁ ୫ଦିନ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୋମବାର ଢେଙ୍କାନାଳରେ ସର୍ବାଧିକ ୧୨.୨ମିମି ବର୍ଷା ରେକର୍ଡ କରାଯାଇଛି। ସୋନପୁର, ଦାରିଙ୍ଗବାଡ଼ି, ପାରଳାଖେମୁଣ୍ଡି, କଟକ, ଝାରସୁଗୁଡ଼ା, କେନ୍ଦୁଝର, ତାଳଚେରରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ଦୁଇଦିନ କିଛି ସ୍ଥାନରେ ବର୍ଷା ହେବ। ୧ ଓ ୨ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ୧୯ଟି ଜିଲାର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ୧୧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ। ତେବେ ୧ ତାରିଖ ଦିନ ବଜ୍ରପାତ ନେଇ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ୯ଟି ଜିଲାକୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri