ଦୁର୍ବଳ ମୌସୁମୀ ଯୋଗୁ ବଢୁଛି ତାପମାତ୍ରା

ଭୁବନେଶ୍ୱର, ୩-ା୮(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ବଢ଼ି ଚାଲିଛି। ବର୍ଷା ଋତୁରେ ଗ୍ରୀଷ୍ମର ଅନୁଭବ ହେଉଛି। ମଝିରେ ମଝିରେ କେଉଁଠି କେମିତି ବର୍ଷା ହେଉଥିଲେ ମଧ୍ୟ ତାତି ଓ ଗୁଳୁଗୁଳି ଜନଜୀବନକୁ ପ୍ରଭାବିତ କରୁଛି। ସୋମବାର ରାଜ୍ୟର ୬ ସ୍ଥାନରେ ୩୫ ଡିଗ୍ରୀ ଉପରେ ପାରଦ ରହିଥିଲା। ଚାନ୍ଦବାଲିରେ ସର୍ବାଧିକ ୩୫.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ବୌଦ୍ଧ ୩୫.୫, ସମ୍ବଲପୁର ୩୫.୪, ଭବାନିପାଟଣା ୩୫.୨, ଅନୁଗୋଳ ୩୫.୧ ଓ କଟକ ୩୫ ଡିଗ୍ରୀ ରହିଥିଲା। ସେହିପରି ଭୁବନେଶ୍ୱରରେ ୩୪.୫, ଟିଟିଲାଗଡ଼ ୩୪.୨, ମାଲକାନଗିରି ୩୪.୫, ସୋନପୁର ୩୪.୨, ନୟାଗଡ଼ ୩୪, ଭଦ୍ରକ ୩୪, ଯାଜପୁର ୩୪, ଢେଙ୍କାନାଳ ୩୪ ଓ ବରଗଡ଼ରେ ୩୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଦୁର୍ବଳ ମୌସୁମୀ ଯୋଗୁ ଦିନର ତାପମାତ୍ରାରେ ବୃଦ୍ଧି ପାଉଛି। ଉଚ୍ଚ ତାପମାତ୍ରା ଓ ଆର୍ଦ୍ରତା ପ୍ରଭାବରେ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଅନୁଭୂତ ହେଉଛି।
ଅନ୍ୟପକ୍ଷରେ ରାଜ୍ୟରେ ଆଉ ୪ରୁ ୫ଦିନ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୋମବାର ଢେଙ୍କାନାଳରେ ସର୍ବାଧିକ ୧୨.୨ମିମି ବର୍ଷା ରେକର୍ଡ କରାଯାଇଛି। ସୋନପୁର, ଦାରିଙ୍ଗବାଡ଼ି, ପାରଳାଖେମୁଣ୍ଡି, କଟକ, ଝାରସୁଗୁଡ଼ା, କେନ୍ଦୁଝର, ତାଳଚେରରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ଦୁଇଦିନ କିଛି ସ୍ଥାନରେ ବର୍ଷା ହେବ। ୧ ଓ ୨ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ୧୯ଟି ଜିଲାର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ୧୧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ। ତେବେ ୧ ତାରିଖ ଦିନ ବଜ୍ରପାତ ନେଇ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ୯ଟି ଜିଲାକୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri