ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବିବରଣୀ ପ୍ରଦାନ କରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼ଃ ନୀଳକଣ୍ଠ ମିଶ୍ର କହିଛନ୍ତି ଯେ, ଏପ୍ରିଲ ୨୦ ପର୍ଯ୍ୟନ୍ତ ସଂଗୃହୀତ ତଥ୍ୟ ଅନୁସାରେ, ସମ୍ବଲପୁର ଜିଲାରେ ସର୍ବାଧିକ ୪୦ଟି ମାମଲା ରିପୋର୍ଟ ହୋଇଛି, ଯାହା ରବିବାର ରେକର୍ଡ କରାଯାଇଛି। ଦେଓଗଡ଼ରେ ୬ଟି ମାମଲା ରିପୋର୍ଟ ହୋଇଥିବା ବେଳେ ଖୋର୍ଦ୍ଧା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ଗୋଟିଏ ଲେଖାଏଁ ମାମଲା ରିପୋର୍ଟ ହୋଇଛି।

ମୋଟ ମାମଲା ମଧ୍ୟରୁ ଏକ ବ୍ୟକ୍ତିଙ୍କୁ ଏପ୍ରିଲ ୧୯ରେ ତାତି ସମ୍ବନ୍ଧୀୟ ରୋଗ ଯୋଗୁଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡ଼ଃ ମିଶ୍ର ସ୍ପଷ୍ଟ କରିଛନ୍ତି ଯେ, ଏପର୍ଯ୍ୟନ୍ତ କୌଣସି ସନ୍ଦିଗ୍ଧ ହିଟ ଷ୍ଟ୍ରୋକ ମୃତ୍ୟୁ କିମ୍ବା ହିଟ ଷ୍ଟ୍ରୋକ ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହେବାର ରିପୋର୍ଟ ମିଳିନାହିଁ।

ସେ ନାଗରିକମାନଙ୍କୁ ବଢ଼ୁଥିବା ତାପମାତ୍ରା ମଧ୍ୟରେ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ ଏବଂ ନିହାତି ଆବଶ୍ୟକ ନହେଲେ ବାହାରକୁ ନ ବାହାରିବାକୁ ଅନୁରୋଧ କରିଛନ୍ତି।

ସେପଟେ ଆଜି ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ଆଜି ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଥିଲା ବେଳେ ଏହା ପଛକୁ ସମ୍ବଲପୁର ୪୩, ହୀରାକୁଦ ୪୨.୪, ରାଉରକେଲା ୪୨, କେନ୍ଦୁଝର ୩୮.୩, ଚାନ୍ଦବାଲି ୩୮.୨, ବାଲେଶ୍ୱର ୩୭, ଭୁବନେଶ୍ୱର ୩୬ ରହିଛି।

ଆଗାମୀ ତିନିଦିନରେ ରାଜ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ବଢିବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍, ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଂଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଏବଂ ମାଲକାନଗିରି ଜିଲାରେ କାଳବୈଶାଖୀ ପ୍ରଭାବରେ ଝାଡ଼ବର୍ଷା ହୋଇପାରେ।

ତେବେ ମଙ୍ଗଳବାରଠାରୁ ରାଜ୍ୟରେ ଆହୁରି ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ବଲାଙ୍ଗୀର ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଛି।

ସେହିପରି ବୁଧବାର ପାଇଁ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ସୋନପୁର ଏ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।

ଗୁରୁବାର ଏବଂ ଶୁକ୍ରବାର ମଧ୍ୟ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ଅନୁଗୋଳ, ସୋନପୁର ଏବଂ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri