ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୬ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇଥିବାବେଳେ କିଛି ସ୍ଥାନରେ ଦିନ ତାପମାତ୍ରାରେ ପ୍ରାୟ ୨ରୁ ୪ ଡିଗ୍ରୀ ବଢ଼ିଛି। ଗତ ୨୪ଘଣ୍ଟାରେ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରହିଥିଲା। ସେହିପରି ସମତଳ ଅଞ୍ଚଳ ଭାବେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଏବଂ ସର୍ବାଧିକ ତାପମାତ୍ରା ଝାରସୁଗୁଡାରେ ୩୬ ଡିଗ୍ରୀ ରେକର୍ଡ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁସାରେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାଧାରଣ ତାପମାତ୍ରାଠାରୁ ପ୍ରାୟ ୩ ଡିଗ୍ରୀ କମ୍‌ ରହିଛି। ସେହିପରି ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୨ଡିଗ୍ରୀ କମ୍‌ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଥିଲା। ତେବେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ ଏବଂ ବାଲେଶ୍ୱର ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବ ବୋଲି ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri