ପାରଦ ଉପରମୁହାଁ: ୩୭ ଛୁଇଁଲା ସମ୍ବଲପୁର

ଭୁବନେଶ୍ୱର,୩ା୩: ରାଜ୍ୟରେ ପାରଦ କ୍ରମାଗତ ଭାବେ ଉପରମୁହାଁ ହେବାରେ ଲାଗିଛି। ସୋମବାର ଦିନ ୨ଟା ୩୦ ସୁଦ୍ଧା ସମ୍ବଲପୁରର ତାପମାତ୍ରା ୩୭ ଡିଗ୍ରୀରେ ପହଞ୍ଚିଛି। ଅନ୍ୟପକ୍ଷେ ଝାରସୁଗୁଡ଼ାରେ ୩୬.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ବରରେ ତାପମାତ୍ରା ୩୫ ଡିଗ୍ରୀରେ ପହଞ୍ଚିଛି।

ଅନ୍ୟପକ୍ଷେ ରବିବାର ଅପରାହ୍ନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୩୫.୬ ଡିଗ୍ରୀ ରେକର୍ଡ କରାଯାଇଥିଲା। ମାର୍ଚ୍ଚ ଆରମ୍ଭରୁ ତାତି ବଢିବା ଲୋକଙ୍କ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ ବଲାଙ୍ଗୀର ଜିଲା ଟିଟିଲାଗଡରେ ଏବେଠାରୁ ଜାଳିଲାଣି ଖରା। ଲୋକେ ଥଣ୍ଡା ପାନୀୟ ସହ ଲସି ପିଇବା ଆରମ୍ଭ କରି ଦେଲେଣି।

ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅବଧି ଅଧିକ ରହିବ ବୋଳି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମେ’ ଶେଷ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅତିଷ୍ଠ କରିବ। ଏହି ୩ମାସ ମଧ୍ୟରେ ୮ରୁ ୯ଦିନ ଲଗାତର ହିଟଓ୍ବଭର ଆଶଙ୍କା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ୩୮.୫ ଡିଗ୍ରୀ ତାପମାତ୍ରା ସହ ଟିଟିଲାଗଡ଼ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri