ବଢୁଛି ତାତି: ସତର୍କ, ସଜାଗ ରହିିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ପାରଳାଖେମୁଣ୍ଡି,୧ା୩(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ଗ୍ରୀଷ୍ମ ପ୍ରବାହ ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଶନିବାର ଜିଲାପାଳ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।

ଚଳିତ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ମାର୍ଚ୍ଚ, ଏପ୍ରିଲ ଏବଂ ମେ ମାସରେ ଗ୍ରୀଷ୍ମ ପ୍ରବାହ ହେତୁ ଅଂଶୁଘାତ ନିୟନ୍ତ୍ରଣ ଲାଗି କିପରି କିପରି ପ୍ରସ୍ତୁତି ହେବା ଆବଶ୍ୟକ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା। ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଗ୍ରୀଷ୍ମ ପ୍ରବାହର ସୁପରିପରିଚାଳନା କରିବା, ଏଥିପାଇଁ ସମସ୍ତ ବିଭାଗୀୟ ଅଧିକାରୀମାନେ ସତର୍କ ଓ ସଜାଗ ରହିିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।

ଚଳିତ ବର୍ଷର ପ୍ରଥମାର୍ଦ୍ଧରୁ ହିଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜିଲାରେ ଆରମ୍ଭ ହୋଇଛି। ଆଗକୁ ଏହା ଆହୁରି ତୀବ୍ର ହୋଇପାରେ। ଗ୍ରୀଷ୍ମ ପ୍ରବାହ ଯୋଗୁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟ ବିଭାଗକୁ ସଜାଗ ରହିବାକୁ କୁହାଯାଇ ଓଆରଏସ୍‌ ପ୍ୟାକେଟ ଓ ଆବଶ୍ୟକ ଔଷଧ ମହଜୁଦ ରଖିବା ଲାଗି କୁହାଯାଇଛି।

ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ସ୍ବତନ୍ତ୍ର ଅଂଶୁଘାତ କକ୍ଷ ଖୋଲାଯିବା ଏବଂ ଅଂଶୁଘାତ ରୋଗୀଙ୍କ ପାଇଁ ସମସ୍ତ ପ୍ରକାର ଆଶୁ ଚିକିତ୍ସା ବ୍ୟବସ୍ଥାକୁ ତ୍ୱରାନ୍ବିତ ପାଇଁ ନିଷ୍ପତ୍ତି ହୋଇଛି। ସେହିପରି ସମସ୍ତ ଗ୍ରାମାଞ୍ଚଳ,ପାରଳାଖେମୁଣ୍ଡି ପୌର ପରିଷଦ, କାଶୀନଗର ଏନଏସି ଓ ସମସ୍ତ ବ୍ଲକ ପକ୍ଷରୁ ବିଭିନ୍ନ ଛକ ଜାଗାରେ ଜଳଛତ୍ର ଖୋଲିବା, ଖରାପ ଥିବା ନଳକୂଅକୁ ତୁରନ୍ତ ମରାମତି କରିବା, ମଧ୍ୟାହ୍ନ ସମୟରେ ବାହାରେ ବୁଲିବା ସମୟରେ ପାଣି ବୋତଲ, ଛତା, ଟୋପି ତଥା ଓଦା କପଡା ମୁଣ୍ଡରେ ପକାଇ ଯାତାୟାତ କରିବା ପାଇଁ ଜନସାଧାରଣଙ୍କୁୁ ସଚେତନ କରିବାକୁ ଆଲୋଚନା ହୋଇଥିଲା। ବିଶେଷ କରି ପାନୀୟଜଳ ସମସ୍ୟା ଯେପରି ନ ଉପୁଜେ, ବିଦ୍ୟୁତ୍‌ ବିଭ୍ରାଟ ନ ହୁଏ, ପଶୁପକ୍ଷୀମାନଙ୍କ ଯତ୍ନ ନେବା, ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼ ଲାଇନ ଅନୁଯାୟୀ ସକାଳ ସମୟରେ ଖୋଲିବା, ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା, ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ପରିବର୍ତ୍ତନ କରିବା, ଜୀବଜନ୍ତୁଙ୍କ ସୁରକ୍ଷା, ଜଙ୍ଗଲ ସୁରକ୍ଷା ଉପରେ ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷମାନଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri