ପୁଣି ଖସିଲା ତାପମାତ୍ରା: ସର୍ବନିମ୍ନ ୭ ଡିଗ୍ରୀ ରେକର୍ଡ

ଦାରିଙ୍ଗବାଡି, ୧୫।୧୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଶୀତ ଅନୁଭୂତ ହେଉଛି। ତାପମାତ୍ରା ୨ ଦିନ ସାମାନ୍ୟ ବୃଦ୍ଧି ପାଇଥିବାବେଳେ ପୁଣି ସୋମବାର ତାପମାତ୍ରା ତଳମୁହାଁ ହୋଇ ୭ ଡିଗ୍ରୀରେ ପହଞ୍ଚିଛି। ଦାରିଙ୍ଗବାଡିକୁ ଛାଡିଦେଲେ ଆଭ୍ୟନ୍ତରୀଣ ଅଞ୍ଚଳ ତଥା ସୋନପୁର, ଦନେକବାଡି, ସିର୍କାବର୍ଗ, ଝିଞ୍ଜିରୀଗୁଡା, କୁମ୍ଭାରୀଗାଁ, ଭ୍ରମରବାଡ଼ି, ସିଆଙ୍ଗବାଲି, ପର୍ତ୍ତମାହା ଆଦି ପଞ୍ଚାୟତର ଦୁର୍ଗମ ଅଞ୍ଚଳରେ ପ୍ରବଳ ଅସହ୍ୟ ଶୀତ ଅନୁଭୂତ ହେଉଥିବା କୁହାଯାଇଛି। ଫଳରେ ଏହି ସବୁ ଅଞ୍ଚଳରେ ଦାରିଙ୍ଗବାଡି ତାପମାତ୍ରାଠାରୁ ଆହୁରି କମ ରହିଥିବା ଆଶଙ୍କା ବୃଦ୍ଧି ପାଇଛି। ପାଣିରେ ହାତ ଦେବା ମୁସ୍କିଲ ହୋଇଛି। ପାଣି ଜାଡ଼ ପାଲଟିଛି। ବିଭିନ୍ନ ସ୍ଥାନରେ କାକର ବୃଦ୍ଧି ପାଇଛି। ବିଭିନ୍ନ ସ୍ଥାନରେ ଲୋକ ନିଆଁ ଲଗାଇ ନିଆଁର ସାହାରା ନେଉଛନ୍ତି। ଶ୍ରମିକ ଶ୍ରେଣୀର ଲୋକମାନେ ନିଜ କାମଧନ୍ଦା ପାଇଁ ୧୦ଟା ପରେ ହିଁ ଯାଇପାରୁଛନ୍ତି। ଜରୁରୀ କାର୍ଯ୍ୟ ନ ଥିଲେ ଲୋକ ଘରୁ ବାହାରକୁ ବାହାରିବା କଷ୍ଟ ହୋଇପଡିଛି। ସୂଚନାଯୋଗ୍ୟ ଯେ, ଶନିବାର ଓ ରବିବାର ତାପମାତ୍ରା ୮ ଡିଗ୍ରୀ ରହିଥିବାବେକେ ତା’ପୂର୍ବରୁ ଗୁରୁବାର ଓ ଶୁକ୍ରବାର ୭. ୫ ଡିଗ୍ରୀ ତାପମାତ୍ରା ରହିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri