୪୦ ଡିଗ୍ରୀ ଉପରେ ୧୭ ସହରର ତାପମାତ୍ରା, ଆସନ୍ତା ୫ଦିନ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୯।୫(ବନ୍ଦନା ସେଠୀ): ପ୍ରବଳ ଗ୍ରୀଷ୍ମ ତାପରେ ଜଳୁଛି ସାରା ଓଡ଼ିଶା। ପଶ୍ଚିମରୁ ଉପକୂଳ ସବୁଠି ଅସହ୍ୟ ତାତି ସହ କଲବଲ କରୁଛି ଗୁଳୁଗୁଳି । ସକାଳ ପ୍ରାୟ ୭ଟାରୁ ତାତି ଅସହ୍ୟ ହେବା ସହ ଘରୁ ବାହାରିବା କଷ୍ଟକର ହୋଇପଡୁଛି । ସୋମବାର କଟକ ଓ ଭୁବନେଶ୍ୱରରେ ମଧ୍ୟ ଅସମ୍ଭାଳ ପରିସ୍ଥିତି ଦେଖାଦେଇଥିଲା। ତାତି ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଏଭଳି ସ୍ଥିତିରେ ଆଗାମୀ ଦୁଇ ତିନିଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହ ଆସନ୍ତା ୫ଦିନ ଅର୍ଥାତ୍‌ ୨୩ ତାରିଖ ପର୍ଯ୍ୟନ୍ତ ୧୪ ଜିଲା ଯଥା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୋଳ, ବୌଦ୍ଧ, ସୁନ୍ଦରଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ପ୍ରବଳ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅପରପକ୍ଷେ ଆଗାମୀ ୬ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ମଧ୍ୟ ସୂଚନା ଦିଆଯାଇଛି।
ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟର ୧୭ଟି ସହରର ଦିନ ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରେକର୍ଡ ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୪୩.୪ ଡିଗ୍ରୀ ତାପମାତ୍ରା ରହିବା ସହ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ଉଭା ହୋଇଛି। ବୌଦ୍ଧରେ ୪୨.୮, ସମ୍ବଲପୁର ଓ ଅନୁଗୋଳରେ ୪୨.୩, ହୀରାକୁଦରେ ୪୨, ବାରିପଦାରେ ୪୧.୮, ନୟାଗଡ଼ରେ ୪୧.୭, ତାଳଚେରରେ ୪୧.୬, ଟିଟିଲାଗଡ଼, ବଲାଙ୍ଗୀର ଓ ଭବାନୀପାଟଣାରେ ୪୧.୫, ସୁବର୍ଣ୍ଣପୁରରେ ୪୦.୮, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ୪୦.୫, ବରଗଡ଼ରେ ୪୦.୪, ବାଲେଶ୍ୱରରେ ୪୦.୨, ଭଦ୍ରକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଯାଜପୁର ୩୯.୮, ଫୁଲବାଣୀ ୩୯.୭, କଟକ୩୯.୬, ରାଉରକେଲା ୩୯.୫, ପାରଳାଖେମୁଣ୍ଡି ୩୯.୪, କେନ୍ଦ୍ରାପଡ଼ା ୩୯.୨, ଭୁବନେଶ୍ୱର, ଢେଙ୍କାନାଳ, ନୂଆପଡ଼ା ଓ ଚାନ୍ଦବାଲିରେ ୩୯ ଡିଗ୍ରୀ ତାପମାତ୍ରା ରହିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?