୧୦ ଡିଗ୍ରୀ ତଳେ ୬ ସହର ତାପମାତ୍ରା

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ରବିବାର ୬ଟି ଅଞ୍ଚଳରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରହିଥିବାବେଳେ ସୋନପୁର ୮.୮, କେନ୍ଦୁଝର ୯, ଭବାନିପାଟଣା ୯.୨, ଝାରସୁଗୁଡ଼ା ୯.୪ ଓ କୋରାପୁଟରେ ୯.୫ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଭୁବନେଶ୍ୱର ୧୨.୩ ଓ କଟକରେ ସର୍ବନିମ୍ନନ ୧୨.୨ ଡିଗ୍ରୀ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଏଥିସହ ଆସନ୍ତା ଦୁଇଦିନ ବିଭିନ୍ନ ଜିଲାକୁ ଘନ କୁହୁଡ଼ି ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୋଳ ଓ ଢେଙ୍କାନାଳ ଏବଂ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳରେ ଘନ କୁହୁଡ଼ି ଦେଖାଯିବ। ସେପଟେ ଆଗକୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଜିଲା ଏବଂ ୧୦ ତାରିଖରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ସ୍ବଳ୍ପ ଧରଣର ବର୍ଷା ହେବା ସହିତ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri