ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ଲାଗି ରହିଛି । ବର୍ଷା ହେଉଥିଲେ ମଧ୍ୟ ତାତି ବଢ଼ି ଚାଲିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ସୋମବାର ମଧ୍ୟାହ୍ନ ୧୨ଟା ବେଳକୁ ଭୁବନେଶ୍ୱରର ତାପମାତ୍ରା ୩୩.୪ ଡିଗ୍ରୀ ଥିବାବେଳେ ହ୍ୟୁମିଡିଟି ବା ଆର୍ଦ୍ରତା ୭୪% ଏବଂ ହିଟ୍‌ ଇଣ୍ଡେକ୍ସ ୪୬ ଡିଗ୍ରୀ ରହିଥିଲା। ସେହିପରି ପୁରୀରେ ୩୩.୪ ଡିଗ୍ରୀ ତାପମାତ୍ରା ସହ ହିଟ୍‌ ଇଣ୍ଡେକ୍ସ ୪୬ ଡିଗ୍ରୀ, ଚାନ୍ଦବାଲିରେ ତାପମାତ୍ରା ୩୩.୨ ଡିଗ୍ରୀ ଓ ହିଟ୍‌ ଇଣ୍ଡେକ୍ସ ୪୬ ଡିଗ୍ରୀ ଏବଂ ବାଲେଶ୍ୱରରେ ତାପମାତ୍ରା ୩୪.୪ ଡିଗ୍ରୀ ଓ ହିଟ୍‌ ଇଣ୍ଡେକ୍ସ ୪୯ ଡିଗ୍ରୀ ରହିଥିଲା। ଅନ୍ୟପକ୍ଷରେ ୫ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା।
ଅପରପକ୍ଷେ ରାଜ୍ୟରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରାଯାଇଛି। ମଙ୍ଗଳବାର ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାରେ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୬ ଓ ୭ରେ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?